ସିବିଏସ୍‌ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍‌ଇକୁ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଦିଆଯାଇଥିବା ରିପ୍ରେଜେଣ୍ଟେଶନ ଉପରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ପ୍ରକାଶଥାଉ କି, ସିବିଏସ୍‌ଇ କର୍ତ୍ତୃପକ୍ଷ ଏହି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଏକାଥରେ ୨୪ ଗୁଣା ବୃଦ୍ଧି କରିଥିଲେ। ପୂର୍ବରୁ ଥିବା ୫୦ଟଙ୍କା ଫି’ ଚଳିତବର୍ଷ ବୃଦ୍ଧି କରାଯାଇ ୧୨୦୦ ଟଙ୍କା ଧାର୍ଯ୍ୟ ହୋଇଥିଲା। ଏଭଳି ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଏବଂ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସୋମବାର ଅନୁଷ୍ଠିତ ଶୁଣାଣିରେ ଅଭିଭାବକ ସଂଘ ପକ୍ଷରୁ ଦର୍ଶାଯାଇଥିଲା, ସିବିଏସ୍‌ଇ ଚଳିତବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଫି’ରେ ଅହେତୁକ ବୃଦ୍ଧି କରିଛି। ପରୀକ୍ଷା ଫି’ ବୃଦ୍ଧିରୁ ଏସ୍‌ସି/ଏସ୍‌ଟି ବର୍ଗର ଛାତ୍ରୀ ବାଦ୍‌ ପଡିନାହାନ୍ତି। ଯେଉଁ ପରୀକ୍ଷା ଫି’ ପୂର୍ବରୁ ୫୦ ଟଙ୍କା ରହିଥିଲା ତାହାକୁ ବୃଦ୍ଧି କରାଯାଇ ୧୨୦୦ଟଙ୍କା ଧାର୍ଯ୍ୟ କରାଯାଇଛି। ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଯେଉଁ ପରୀକ୍ଷା ଫି’ ୭୫୦ ଟଙ୍କା ରହିଥିଲା ଚଳିତବର୍ଷ ତାହାକୁ ୧୫ଶହ ଟଙ୍କା କରାଯାଇଛି। ସିବିଏସ୍‌ଇ ପକ୍ଷରୁ ଏଭଳି ଫି’ ଧାର୍ଯ୍ୟ କରାଯାଇ ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କ ଉପରେ ବୋଝ ଲଦି ଦିଆଯାଇଛି। ତେଣୁ ଏଭଳି ବର୍ଦ୍ଧିତ ଫି’କୁ ଅଦାଲତ ରଦ୍ଦ କରାଯିବା ପାଇଁ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରାଯାଇଥିଲା। ପୂର୍ବରୁ ଅଭିଭାବକ ମହାସଂଘ ପକ୍ଷରୁ ଏ ନେଇ ସିବିଏସ୍‌ଇକୁ ରିପ୍ରେଜେଣ୍ଟେଶନ୍‌ ଦିଆଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ ଏହାକୁ ଗ୍ରହଣ କରି ନ ଥିଲେ। ଫଳରେ ଅଭିଭାବକ ମହାସଂଘ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri