ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି ପ୍ରସଙ୍ଗ: ଅଭିଭାବକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି କରାଯାଇଛି। ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସମାଧାନ ପାଇଁ ସଂଘ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ଫି’ ବୃଦ୍ଧି ପ୍ରତ୍ୟାହାର ପାଇଁ ମାନବ ସମ୍ବଳ ବିକାଶ ମନ୍ତ୍ରୀ ଓ ସିବିଏସ୍‌ଇ ଚେୟାରମ୍ୟାନକୁ ଚିଠି ଲେଖିଛି। ଯଦି ୭ଦିନ ମଧ୍ୟରେ ଫି’ ବୃଦ୍ଧି ପ୍ରତ୍ୟାହାର କରା ନ ଯାଏ ତେବେ ଆନ୍ଦୋଳନକୁ ଓହ୍ଲାଇବାକୁ ଅଭିଭାବକମାନେ ବାଧ୍ୟ ହେବେ ବୋଲି ସଂଘ ଚେତାବନୀ ଦେଇଛି। ସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ସିବିଏସ୍‌ଇର ଏହି ନିଷ୍ପତ୍ତିକୁ ଆମେ ଘୋର ନିନ୍ଦା କରୁଛୁ। ଏଭଳି ଅନୈତିକ ଫି’ ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର ପାଇଁ ମଙ୍ଗଳବାର ଭୁବନେଶ୍ୱର ସିବିଏସ୍‌ଇର ଆଞ୍ଚଳିକ କାର୍ଯ୍ୟାଳୟ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେବୁ। ଯଦି କର୍ତ୍ତୃପକ୍ଷ ଦାବି ନ ଶୁଣନ୍ତି ୨୦୧୬ ପରି ସିବିଏସ୍‌ଇ କାର୍ଯ୍ୟାଳୟରେ ତାଲା ପକାଇ ଅନିର୍ର୍ଦ୍ଦିିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବୁ ବୋଲି ଭଟ୍ଟ ଜଣାଇଛନ୍ତି।
ଅନ୍ୟପକ୍ଷରେ ସର୍ବଭାରତୀୟ ଅଭିଭାବକ ସଂଘର ରାଜ୍ୟ ଶାଖା ମଧ୍ୟ ଫି’ବୃଦ୍ଧିକୁ ତୀବ୍ର ବିରୋଧ କରିଛି। ସଭାପତି ପ୍ରଦୀପ୍ତ ନାୟକ କହିଛନ୍ତି, ରାଜ୍ୟ ସରକାରଙ୍କ ବିଦ୍ୟାଳୟରେ ଦିନକୁ ଦିନ ଗୁଣାତ୍ମକ ମାନଦଣ୍ଡ ଖରାପ ହେଉଥିବାର ଅଭିଭାବକମାନେ ନିଜ ପେଟରୁ କାଟି ପିଲାଙ୍କୁ ସିବିଏସ୍‌ଇ ପାଠ୍ୟକ୍ରମ ଥିବା ଇଂଲିଶ ମାଧ୍ୟମ ବିଦ୍ୟାଳୟରେ ପଢ଼ାଉଛନ୍ତି। କେନ୍ଦ୍ର ସରକାର ପରୀକ୍ଷା ଫି’ ବୃଦ୍ଧି କରି ଏହି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି। ଘରୋଇ ସିବିଏସ୍‌ଇ ବିଦ୍ୟାଳୟ ସମେତ କେନ୍ଦ୍ରୀୟ ବିଦ୍ୟାଳୟରେ ନାମ ଲେଖା ଓ ମାସିକ ଟ୍ୟୁଶନ ଫି’ ମନଇଚ୍ଛା ବୃଦ୍ଧି କରାଯାଉଥିବାବେଳେ ସରକାର ଚୁପ୍‌ ବସିଛନ୍ତି। ଆଗାମୀ ଦିନରେ ବିରୋଧ ତୀବ୍ରତର ହେବ ବୋଲି ନାୟକ ଚେତାବନୀ ଦେଇଛନ୍ତି। ସିବିଏସ୍‌ଇ ଫି’ ବୃଦ୍ଧିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ନାପସନ୍ଦ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏକକାଳୀନ ଫି’ ବୃଦ୍ଧି ଠିକ୍‌ ହୋଇନାହିଁ। ଏହା ନିଶ୍ଚିତ ଭାବେ ଅଭିଭାବକଙ୍କୁ ବାଧିବ। ତେଣୁ ଏ ଦିଗରେ ବିଭାଗର ଅଧିକାରୀଙ୍କ ସହିତ ଆଲୋଚନା କରି ନିଶ୍ଚିତ ଭାବେ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ସିବିଏସ୍‌ଇ କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଉଭୟ ଏସ୍‌ସି/ଏସ୍‌ସି ଓ ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି କରିଛନ୍ତି। ପୂର୍ବରୁ ଏସ୍‌ସି/ଏସ୍‌ସି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ୫୦ ଟଙ୍କା ଥିବାବେଳେ ଏହା ଏବେ ୧୨୦୦ ଟଙ୍କା ହୋଇଛି। ସେହିପରି ସାଧାରଣ ବର୍ଗର ଛାତ୍ରୀଛାତ୍ର ୭୫୦ ଟଙ୍କା ପରିବର୍ତ୍ତେ ୧୫୦୦ ଟଙ୍କା ହୋଇଛି। ମାଇଗ୍ରେଶନ୍‌ ଫି’ ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କାକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri