ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ପରୀକ୍ଷା ଫି’ ବୃଦ୍ଧି ଯୋଗୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଯାଇଛି। ଯେଉଁଭଳି ଭାବେ ଫି’ ବୃଦ୍ଧି କରାଯାଇଛି, ବିଶେଷକରି ଏସ୍‌ସି/ଏସ୍‌ଟି ପିଲାଙ୍କର ୨୪ ଗୁଣା ବଢ଼ିଛି ତାହା ଅସ୍ବାଭାବିକ ଅଟେ। ଓଡ଼ିଶାର ଗ୍ରାମାଞ୍ଚଳରେ ୨୦୦ରୁ ଅଧିକ ସିବିଏସ୍‌ଇ ଦ୍ୱାରା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ରହିଛି। ସେହି ଅଞ୍ଚଳରେ ଏହି ଫି’ ବୃଦ୍ଧି କଷ୍ଟଦାୟକ ହେବ। ତେଣୁ ସିବିଏସ୍‌ଇ ଏହି ନିଷ୍ପତ୍ତି ଉପରେ ପୁନର୍ବିଚାର କରୁ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସମର୍ଥନ କରିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମତକୁ ସମର୍ଥନ କରୁଛି ଏବଂ ଆଶା କରୁଛି କେନ୍ଦ୍ର ସରକାର ଏହାକୁ ସମର୍ଥନ କରିବେ ବୋଲି କେଜରିଓ୍ବାଲ ନିଜ ଟୁଇଟର ଜରିଆରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri