ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ୩ଟି ଲେଖାଏ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସ୍କେଟରମାନେ ବ୍ରହ୍ମପୁର ସହରର ବିଭିନ୍ନ ବିଦ୍ୟାଳୟରୁ ପ୍ରତିନିଧିତ୍ତ୍ୱ କରିଥିଲେ। କମାପଲ୍ଲୀସ୍ଥିତ ସିଲ୍‌କି ରୋଲର୍‌ ସ୍କେଟିଂ ଏକାଡ଼େମୀରୁ ତାଲିମ ନେଉଥିଲେ। ପ୍ରତିଯୋଗିତାରେ ୮ ବର୍ଷ ବୟସ ବର୍ଗ ବାଳିକା ବିଭାଗରେ ଡ଼ିଏଭି ପବ୍ଲିକ୍‌ ସ୍କୁଲ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଅନ୍ବେଷା ବିଷୋୟୀ ୩୦୦ ମିଟର ଟାଇମ୍‌ ଟ୍ରାଇଲ୍‌ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ୧୦୦୦ ମିଟର ସ୍ପିଡ଼୍‌ ରେସ୍‌ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ସେହିଭଳି ୧୦ ବର୍ଷର ବାଳକ ବିଭାଗରେ ଡ଼ିଏଭି ପବ୍ଲିକ ସ୍କୁଲ ଚତୁର୍ଥ ଶ୍ରେଣୀ ଛାତ୍ର ଆଶୁତୋଷ ପାଢ଼ୀ ୧୦୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ଓ ୩୦୦ ମିଟର ଟାଇମ୍‌ ଟ୍ରାଇଲ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। କେ.ସି.ପବ୍ଳିକ୍‌ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ପୁନିତ୍‌ ଗୌଡ଼ ୧୦୦୦ ମିଟର ରେସ୍‌ରେ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ସେହିପରି ସିନିୟର ସେକେଣ୍ଡାରୀ ସଂକଳ୍ପ ବିଦ୍ୟାଳୟ ନବମ ଶ୍ରେଣୀ ଛାତ୍ର ଅନୁଭବ ପଣ୍ଡା ୧୦୦୦ ମିଟର ରେସ୍‌ରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସିବିଏସ୍‌ଇ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାରେ ଫାର୍‌ ଇଷ୍ଟ ଜୋନ୍‌ ପାଇଁ ୮ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ସ୍କେଟରମାନେ ଅଂଶଗ୍ରହଣ କରିଥିଲେ। ବ୍ରହ୍ମପୁରର ସ୍କେଟରମାନେ ନିଜେ ନିଜେ ଜୋରଦାର୍‌ ଅଭ୍ୟାସ କରିଥିବାରୁ ଏହି ସଫଳତା ପାଇପାରିଛନ୍ତି। ଅଭିଭାବକ ଏକାଡ଼େମୀ ପରିଚାଳକ ଓ କୋଚ୍‌ଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହାସହ ଏହି ଖେଳାଳିମାନଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଅନ୍ବେଷା ଓ ଆଶୁତୋଷ ଏହି ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଉଭୟଙ୍କୁ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri