ସିମନବାଡ଼ିରେ ଭାରତମାତା ପୂଜନ ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ରବିବାର ଏକ ନିଆରା ଢ଼ଙ୍ଗରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ସକାଳୁ ଜାତୀୟ ପତକା ଉତ୍ତୋଳନ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଯୋଗଦେବାକୁ ୨୫ ତାରିଖରୁ ଜିଲା ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ରବିବାର ଭୋରରେ ରାମଧୁନ ପରେ ସଭାମଞ୍ଚରେ ଭଜନକୀର୍ତ୍ତନ ସହ ଭାରତମାତାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ପରେ ପୂଜାର୍ଚ୍ଚନା କରାଯାଇଥିଲା। ସକାଳ ୯ଟାରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ସେହିପରି ସ୍ଥାନୀୟ ଜନଜାତି ପରମ୍ପରା ନୃତ୍ୟ କଳା ସହ ଢ଼ୋଲ ମହୁରୀ ବଜାଇ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ସହ ବଳଭଦ୍ର, ସୁଭଦ୍ରାଙ୍କ ମୂର୍ତ୍ତିକୁ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇଥିଲା। ସମସ୍ତ ଗ୍ରାମବାସୀଙ୍କ ଘର ଦାଣ୍ଡରେ ପୂଜାର୍ଚ୍ଚନା କରାଯାଇ ଭାରତମାତାଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ସିମନବାଡ଼ି ଚଳଚଞ୍ଚଳ ହୋଇଥିଲା। ସେହିପରି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସାମାଜିକ ସଂସ୍କାର ଆଣୁଥିବା ବ୍ୟକ୍ତି ବିଶେଷଙ୍କୁ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଥିଲା। ଯୁବପିଢୀଙ୍କୁ ସାମାଜିକ ସୁରକ୍ଷା ସହ ନୈତିକ ଓ ସାମଜିକ ଶିକ୍ଷା ପ୍ରଦାନ ପାଇଁ ପ୍ରତିବର୍ଷ ଏଭଳି କାର୍ଯ୍ୟକ୍ରମ ସିମନବାଡ଼ି ଠାରେ ଅଞ୍ଚଳବାସୀଙ୍କ ସହଯୋଗ ଏବଂ ସଂସ୍କାର ଭାରତୀ ଦ୍ୱାରା ଆୟୋଜନ ହୋଇଆସୁଛି। ‘ମାଇଁ ଡ୍ରିମ୍‌ କନ୍ଧମାଳ’ ଯୋଜନାକୁ ସଫଳ କରିବାକୁ ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ କରାଯାଇ ଲୋକଙ୍କୁ ସଚେତନ କରାଯାଉଥିବା ଜଣାପଡ଼ିଛି। ଆଞ୍ଚଳିକ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଛି। କାର୍ଯ୍ୟକ୍ରମକୁ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୋହନ ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ବିନ୍ଧାଣୀ, ସରୋଜ କୁମାର ସାହୁ, ସୁଦର୍ଶନ ପ୍ରଧାନ, ବିକ୍ରମ କୁମାର ନାୟକ, ବିଚିତ୍ର ପ୍ରଧାନ, ଫ୍ରାଞ୍ଚତ୍ସ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri