ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ଶିକ୍ଷକ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ.ଏ)-କନ୍ଧମାଳ ଜିଲାରେ ଗତବର୍ଷ ମାଟ୍ରିକ ରେଜଲ୍ଟ ଭଲ ହୋଇ ନ ଥିଲା। ଏନେଇ ବିଭିନ୍ନ ବିଦ୍ୟାଳୟକୁ ରିପୋର୍ଟ ମଗା ଯାଇଥିଲା। ମାତ୍ର ପ୍ରମୁଖ ସମସ୍ୟା ଶିକ୍ଷକ ଅଭାବ ପ୍ରତି କେହି ଦୃଷ୍ଟି ଦେଲେନାହିଁ। ଏଭଳି ଶିକ୍ଷକ ଅଭାବ ସମସ୍ୟା ଦେଖିବାକୁ ମିଳିଛି ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟରେ।
ବିଦ୍ୟାଳୟରେ ନବମରେ ୧୨୨ ଓ ଦଶମରେ ୧୨୬ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେମାନଙ୍କୁ ଶିକ୍ଷାଦାନ କରିବାକୁ ମୋଟ ୬ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଥିବାବେଳେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଫଳରେ ସେମାନଙ୍କ ମଧ୍ୟରୁ ଜଣେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାୟୀତ୍ୱ ତୁଲାଇବା ସହ ୧୦୦ ଶଯ୍ୟା ବିଶିଷ୍ଟ ୨ଟି ହଷ୍ଟେଲ କଥା ବୁଝୁଛନ୍ତି। ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରୁ ଜଣେ ବିଜ୍ଞାନ ଶିକ୍ଷକ ସଞ୍ଜୀବ କୁମାର ବେହେରାଙ୍କୁ ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟରେ ୨ଦିନ ଅତିରିକ୍ତ ଶିକ୍ଷାଦାନ ପାଇଁ ନିର୍ଦ୍ଦେଶ ରହିଛି। ବିଜ୍ଞାନ ଶିକ୍ଷୟିତ୍ରୀ ଅଞ୍ଜଳୀ ପ୍ରଧାନଙ୍କୁ ମଧ୍ୟ କିରୁକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୨ଦିନ ଯିବାକୁ ପଡ଼ୁଛି। ଫଳରେ ସିମନବାଡ଼ି ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଯଦି ଉକ୍ତ ବିଦ୍ୟାଳୟର କେବଳ ଦୁଇଟି ଶ୍ରେଣୀକୁ ସେକ୍ସନ କରାଯାଏ ତେବେ ୬ ଜଣ ଶିକ୍ଷକଙ୍କ ଠାରୁ ଅଧିକ ଅବଶ୍ୟକ। ମାତ୍ର ଶିକ୍ଷକ ଅଭାବରୁ ନବମ ଏବଂ ଦଶମରେ ଗୋଟିଏ ଶ୍ରେଣୀରେ ୧ଶହରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ବସି ପାଠ ପଢ଼ୁଛନ୍ତି। ଶିକ୍ଷକଙ୍କୁ ଅନ୍ୟତ୍ର ପଠା ନ ଯିବାକୁ ଛାତ୍ରୀଛାତ୍ର ଅଭିଭାବକ ଦାବି କରିଛନ୍ତି। ସେପଟେ ଦୁଇ ଦୁଇଟି ବିଦ୍ୟାଳୟରେ ପଢାଉଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ଅଭିଭାବକଙ୍କ ରୋଷର ଶୀକାର ହେଉଛନ୍ତି। ୨୦୧୬ରେ ଶିକ୍ଷକ ଅଭାବ ଯୋଗୁ ଅତିରିକ୍ତ ଶିକ୍ଷାଦାନ ପାଇଁ ସାମୁହିକ ନିର୍ଦ୍ଦେଶ କିଛିଦିନ ପାଇଁ କରାଯାଇଥିଲା। ମାତ୍ର ୪ ବର୍ଷ ହେଲା ଏହା ଚାଲିଛି।
ଏନେଇ କନ୍ଧମାଳ ଶିକ୍ଷା ଅଧିକାରୀ ବିକାଶ ପ୍ରଧାନଙ୍କ ସହ ଯେଗାଯୋଗ କରିବାରୁ ସେ କହିଛନ୍ତି ଯେ, ସେ ୨୦୧୬ରେ ରହିଥିବା ନିର୍ଦ୍ଦେଶ ସମ୍ପର୍କରେ ଜାଣି ନ ଥିଲେ, ଏବେ ଶୁଣିଲେ, ଶୀଘ୍ର ସମସ୍ୟାର ସମାଧାନ କରାଯାଇ ଶିକ୍ଷକ ମାନଙ୍କୁ ଅତିରିକ୍ତ ଦାୟିତ୍ୱରୁ ବିରତି ଦିଆଯିବ ବୋଲି କହିଛନ୍ତି। ଖାଲି ପଡ଼ିଥିବା ସୁଜାମାଜୁ ସମେତ ସମସ୍ତ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରୟାସ କରିବାକୁ ସେ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri