Posted inଖେଳ

ସିରିଜ୍‌ ଜିତିବା ପାଇଁ ଭାରତକୁ ଦରକାର ୩୧୬ ରନ୍‌

ଭୁବନେଶ୍ୱର,୨୨।୧୨- କଟକସ୍ଥ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଆଗରେ ଓ୍ବେଷ୍ଟଇଣ୍ଡିଜ ୩୧୬ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ପୂର୍ବରୁ ସିରିଜ୍‌ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ୍‌ ଜିତି ଭାରତୀୟ ଦଳ ସିରିଜ୍‌କୁ କବ୍‌ଜା କରିବାକୁ ଲକ୍ଷ୍ୟ ରଖିଛି। ଏକଦା ୩୧.୩ ଓଭରରେ ଓ୍ବେଷ୍ଟଇଣ୍ଡିଜ ଦଳର ସ୍କୋର ଥିଲା ୪ ଉଇକେଟ ବ୍ୟୟରେ ୧୪୪। କିନ୍ତୁ ପରେ ଅଧିନାୟକ କିରନ ପୋଲାର୍ଡ (୭୪*) ଓ ନିକୋଲାସ ପୁରନ (୮୯) ଭାରତୀୟ ବୋଲରଙ୍କୁ ନିର୍ଧୁମ ପିଟିଥିଲେ। ଦୁହେଁ ୧୬.୨ ଓଭରରେ ୧୩୫ ରନ୍‌ ଯୋଡ଼ିଥିଲେ। ପୁରନ ଶତକ ଆଡ଼କୁ ଅଗ୍ରସର ହେଉଥିବାବେଳେ ଶାର୍ଦ୍ଦୁଳଙ୍କ ବଲରେ ବଡ଼ ଶଟ୍‌ ଖେଳିବାକୁ ଯାଇ ରବୀନ୍ଦ୍ର ଜାଡେଜାଙ୍କ ହାତରେ ଧରା ପଡ଼ିଥିଲେ। ତାଙ୍କ ପରେ ପୋଲାର୍ଡ ଏକାକୀ ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଫଳରେ ଓ୍ବେଷ୍ଟଇଣ୍ଡିଜ ଧାର୍ଯ୍ୟ ୫୦ ଓଭରରେ ୫ ଉଇକେଟ ହରାଇ ୩୧୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଶାଇ ହୋପ ୪୨, ରୋଷ୍ଟନ ଚେଜ ୩୮, ଶିମରନ ହେଟମେର ୩୭ ରନ୍‌ର ଯୋଗଦାନ ଦେଇଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ନବଦୀପ ସାଇନି ୨ ଉଇକେଟ ନେଇଥିବାବେଳେ ମହମ୍ମଦ ଶାମି, ଶାର୍ଦ୍ଦୁଳ ଠାକୁର ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?