Posted inଖେଳ

ସିରିଜ୍‌ ଜିତିଲା ଭାରତୀୟ ମହିଳା ହକି ଦଳ

ଜିନଚେଓନ(କୋରିଆ),୨୨।୫- ପ୍ରଥମାର୍ଦ୍ଧ ସୁଦ୍ଧା ୦-୧ ଗୋଲରେ ପଛୁଆ ରହିବା ସତ୍ତ୍ୱେ ଭାରତୀୟ ମହିଳା ଦଳ ୨-୧ ବ୍ୟବଧାନରେ ଆୟୋଜକ ରିପବ୍ଲିକ କୋରିଆକୁ ହରାଇ ଦେଇଛି। ଏଥିସହ ଦ୍ୱିପାକ୍ଷିକ ସିରିଜ୍‌କୁ ୨-୦ରେ ଆଗୁଆ ଜିତି ନେଇଛି। ଏହି ମ୍ୟାଚ୍‌ରେ ଓଡ଼ିଆ ଖେଳାଳି ସୁନିତା ଲାକ୍ରା ଅନ୍ତର୍ଜାତୀୟ କ୍ୟାରିୟରର ୧୫୦ତମ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି।
ମ୍ୟାଚ୍‌ର ପ୍ରଥମ କ୍ୱାର୍ଟରରେ ଦୁଇ ଦଳର ଗୋଲକିପରମାନେ ଭଲ ସେଭ କରିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଆୟୋଜକ ଦଳ ଭାରତୀୟ ଡିଫେନ୍ସ ଭାଗ ଭେଦ କରିିବାକୁ ସକ୍ଷମ ହୋଇଥିଲା। ମ୍ୟାଚ୍‌ର ୧୯ତମ ମିନିଟ୍‌ରେ ଲି ସେଉଙ୍ଗଜୁ ଫିଲ୍ଡ ଗୋଲ କରି କୋରିଆ ଦଳକୁ ଅଗ୍ରଣୀ ଆଣି ଦେଇଥିଲେ। ଜବାବରେ ତୃତୀୟ କ୍ୱାର୍ଟରରେ ଟିମ୍‌ ଇଣ୍ଡିଆ ଆକ୍ରମଣ କରିଥିଲା। ଅଧିନାୟିକା ରାଣୀ ରାମ୍‌ପାଲ ୩୭ତମ ମିନିଟ୍‌ରେ ଫିଲ୍ଡ ଗୋଲ ଦେଇ ମ୍ୟାଚ୍‌କୁ ବରାବର ସ୍ଥିତିକୁ ଆଣିଥିଲେ। ଏହାପରେ ନବଜୋତ କୌର (୫୦ତମ ମିନିଟ୍‌)ଙ୍କ ଗୋଲ ଯୋଗୁ ଭାରତ ୨-୧ରେ ମ୍ୟାଚ ଜିତି ନେଇଥିଲା। ଗତ ମ୍ୟାଚ୍‌ଠାରୁ ଆମର ପ୍ରଦର୍ଶନ ବହୁତ ଉନ୍ନତ ଥିଲା। ଖେଳାଳିମାନେ ସ୍ଥିର ପ୍ରଦର୍ଶନ କରିଥିଲେ। ଆମେ ଆହୁରି ଗୋଲ କରିପାରିଥାନ୍ତୁ ବୋଲି ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ କହିଛନ୍ତି। ସିରିଜ୍‌ର ୩ୟ ମ୍ୟାଚ୍‌ ୨୪ ତାରିଖରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?