ଗୁଆହାଟି,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଭାରତ କବଜା କରିଛି। ତେବେ ଏହି ବିଜୟ ପରେ ମଧ୍ୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଦଳର ଡେଥ୍ ଓଭର ବୋଲିଂକୁ ନେଇ ଟେନସନରେ ଅଛନ୍ତି।
ଗୁଆହାଟୀରେ ଚାଲିଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଜିତିବା ପରେ ରୋହିତ ଶର୍ମା ଡେଥ୍ ବୋଲିଂ ବିଷୟରେ କହିଛନ୍ତି, ସତ କହିବାକୁ ଗଲେ ଏହି ବିଭାଗରେ ଟିକିଏ ଚିନ୍ତା ଅଛି କାରଣ ଆମେ ଭଲ ବୋଲିଂ କରୁନାହୁଁ। ଏହା ଆମ ପାଇଁ ଏକ ଚ୍ୟାଲେଞ୍ଜ୍ ସଦୃଶ। ଆଶା ଆମେ ଆଗକୁ ଭଲ ପ୍ରଦର୍ଶନ କରିବୁ।
ଗୁଆହାଟି ଟି-୨୦ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ଟପ ଏବଂ ମଧ୍ୟମ ଅର୍ଡରର ବିସ୍ଫୋରକ ବ୍ୟାଟିଂ ଯୋଗୁ ନିର୍ଦ୍ଧାରିତ ୨୦ ଓଭରରେ ତିନିଟି ଉଇକେଟ ହରାଇ ମୋଟ ୨୩୭ ରନ ସଂଗ୍ରହ କରିଥିଲା। କେଏଲ ରାହୁଲ (୫୭), ରୋହିତ ଶର୍ମା (୪୩), ବିରାଟ କୋହଲି (୪୯) ଏବଂ ସୂର୍ଯ୍ୟକୁମାର ଯାଦବ (୬୧) ଚମତ୍କାର ଇନିଂସ ଖେଳିଥିଲେ। ଏହାର ଜବାବରେ, ଡେଭିଡ ମିଲର (୧୦୬) ଏବଂ କ୍ୱିଣ୍ଟନ ଡି କକ (୬୯) ଙ୍କ ଇନିଂସ ସତ୍ୱେ ଦକ୍ଷିଣ ଆଫ୍ରିକା ଟାର୍ଗେଟରୁ ୧୬ ରନ ଦୂରରେ ରହିଯାଇଥିଲା ।
T20 ବିଶ୍ୱକପ୍ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା
ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍ରେ ଅଷ୍ଟ୍ରେଲିଆକୁ…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା
ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…
ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
Archives

