ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ଟିଭିଏସ ସ୍କୁଟି,୨୫ ହଜାର ଟଙ୍କା, ୩ଟି ସୁନା ମୁଦି, ସୁନା କାନଫୁଲ ୨ ହଳ, ସୁନା କାନଝରା ୨ ଟି, ରୁପା ମୁଦି ୩ ଟି, ରୁପା ଗିନା ଗୋଟିଏ,ରୁପା ମୁଦ୍ରା ୩ଟି ଜବତ କରାଯାଇଛି। କେସ ନମ୍ବର ୧୪୬/୧୯ରେ ଅଭିଯୁକ୍ତ ରାମ ବେଳମାଙ୍କୁ ଶନିବାର ରାତିରେ କୋର୍ଟ ଚାଲାଣ କରାଯାଇଛି ବୋଲି ସଦର ଏସଡିପିଓ ଜୟନ୍ତ ମହାପାତ୍ର ରବିବାର ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ଜୁନ ୯ ତାରିଖରେ ଲୋଚାପଡ଼ା ଅଞ୍ଚଳରେ ରହୁଥିବା ଡାକ୍ତର ଭବାନୀ ଶଙ୍କର ଶତପଥୀଙ୍କ ଘରେ ଚୋରଦଳ କଳାକନା ବୁଲାଇଥିଲେ। ଡାକ୍ତରଙ୍କ ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସିସି ଟିଭି ଫୁଟେଜ୍‌ ଯାଞ୍ଚ ବେଳେ ଏହି ଚୋରି ଘଟଣାରେ ୩ ଜଣ ସାମିଲ ଥିବା ଜଣାପଡ଼ିଥିଲା। କିଛିଦିନ ତଳେ ବଡ଼ବଜାର ପୋଲିସ ଏକ ଚୋରି ଘଟଣାରେ ଜଣେ ନାବାଳକଙ୍କୁ ଧରି ଜୁଭେନାଇଲ ଜଷ୍ଟିସ ବୋର୍ଡକୁ (ଜେଜେବି) ପଠାଇଥିଲା। ସେହିପରି ଅନ୍ୟ ଏକ ଚୋରି ଘଟଣାରେ ସଦର ଥାନା ପୋଲିସ ସନ୍ତୋଷ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପେସାଦାର ଚୋର ରାମ ବେଲମାଙ୍କୁ ପୋଲିସ କାବୁ କରି ଜେରାବେଳେ ଉପରୋକ୍ତ ୨ ଅଭିଯୁକ୍ତ ଡାକ୍ତରଙ୍କ ଘରେ ହୋଇଥିବା ଚୋରି ଘଟଣାରେ ସାମିଲ ଥିବା ପୋଲିସକୁ ସେ କହିଥିଲେ। ପୋଲିସ ଏବେ ସେମାନଙ୍କ ନାମରେ କୋର୍ଟରେ ରିମାଣ୍ଡ ରିପୋର୍ଟ ଦାଖଲ କରିବ ବୋଲି କହିଛି। ରାମ ବେଲମାଙ୍କ ନାମରେ ବଡ଼ବଜାର ଥାନା, ଟାଉନ ଥାନା ଓ ବୈଦ୍ୟନାଥପୁର ଥାନା ଇଲାକାରେ ପୃଥକ୍‌ ପୃଥକ୍‌ ଚୋରି ଘଟଣାରେ ସଂପୃକ୍ତି ଥିବା ଏସ୍‌ଡିପିଓ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri