Posted inଖେଳ

ସିରିଜ ପୂର୍ବରୁ କୋହଲିଙ୍କୁ ଭେଟିଲେ ଅନୁଷ୍କା

ନୂଆଦିଲ୍ଲୀ, ୧।୮- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ଖେଳିବା ଲାଗି ଭାରତୀୟ କ୍ରିକେଟ୍‌ ଦଳ ବର୍ତ୍ତମାନ ଆମେରିକା ଗସ୍ତରେ ଯାଇଛି। ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ୨ଟି ମୁକାବିଲା ଆମେରିକାରେ ଅନୁଷ୍ଠିତ ହେବାକୁ ଥିବାରୁ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ବର୍ତ୍ତମାନ ସେଠାରେ ପହଞ୍ଚତ୍ସାରିଛି। ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ଶନିବାର ଫ୍ଲୋରିଡାରେ ଖେଳାଯିବ। ତେବେ ସିରିଜ ଆରମ୍ଭ ହେବା ପୂର୍ବରୁ ଅଧିନାୟକ କୋହଲି ଓ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ଅନୁଷ୍କା ଶର୍ମା ଏକାଠି ସାଙ୍ଗମାନଙ୍କ ସହ ମସ୍ତି କରୁଥିବାର ଦେଖିବାକୁ ମିଳିଛି। ଫ୍ଲୋରିଡାର ଏକ ରେଷ୍ଟୁରାଣ୍ଟରେ ଅନୁଷ୍କା ଓ ତାଙ୍କ ସାଙ୍ଗମାନଙ୍କ ସହ କୋହଲି ବସିଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେଠାରେ ଉପସ୍ଥିତ ଥିବା କିଛି ପ୍ରଶଂସକଙ୍କ ସହ ମଧ୍ୟ ଉଭୟ କୋହଲି ଓ ଅନୁଷ୍କା ଫଟୋ ଉଠାଇଛନ୍ତି। ବିଦେଶ ଗସ୍ତ ସମୟରେ ଏହି ଚର୍ଚ୍ଚିତ ଯୋଡ଼ି ଏକାଠି ବୁଲୁଥିବାର ଏହା ପ୍ରଥମ ଘଟଣା ନୁହେଁ। ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ ସମୟରେ ମଧ୍ୟ ଲଣ୍ଡନରେ କୋହଲିଙ୍କ ସହ ଅନୁଷ୍କାଙ୍କୁ ଦେଖିବାକୁ ମିଳିଥିଲା। ଏହି ଗସ୍ତରେ ଭାରତ ଘରୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୩ଟି ଲେଖାଏ ଟି୨୦ ଓ ଦିନିକିଆ ସମେତ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଫ୍ଲୋରିଡାରେ ପ୍ରଥମ ଦୁଇଟି ଟି୨୦ ପରେ ଭାରତୀୟ ଦଳ ବଳକା ମ୍ୟାଚ୍‌ ଖେଳିବା ଲାଗି ଓ୍ବେଷ୍ଟଇଣ୍ଡିଜ ଗସ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri