ସୀତା ନବମୀରେ ଶେଷ ହେଉଛି ଉତ୍ତର ରାମାୟଣ: ୧୪ ଦିନରେ ପ୍ରସାରିତ ହୋଇଛି ୪୪ ଏପିସୋଡ୍‌

ନୂଆଦିଲ୍ଲୀ,୨।୫: ଲକ୍‌ଡାଉନ୍‌ରେ ଦୂରଦର୍ଶନ ପକ୍ଷରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ରାମାୟଣର ପ୍ରସାରଣ ଆରମ୍ଭ ହୋଇଥିଲା। ଏବେ ଉତ୍ତର ରାମାୟଣ ପ୍ରସାରିତ ହେଉଥିବାବେଳେ ଏହାର ଶେଷ ଏପିସୋଡ୍‌ ଶନିବାର ରାତ୍ର ୯ଟାରୁ ୧୧ ପର୍ଯ୍ୟନ୍ତ ପ୍ରସାରିତ ହେଉଛି। ସୀତା ନବମୀରେ ଏହାର ପ୍ରସାରଣ ଶେଷ ହେବ। ୧୪ ଦିନରେ ଦୂରଦର୍ଶନ ପକ୍ଷରୁ ଉତ୍ତର ରାମାୟଣର ୪୪ଟି ଏପିସୋଡ୍‌ର ପ୍ରସାରଣ କରାଯାଇଛି। ଏପ୍ରିଲ୍‌ ୧୯ରୁ ଉତ୍ତର ରାମାୟଣର ପ୍ରସାରଣ ଆରମ୍ଭ ହୋଇଥିଲା। ଏହାକୁ ମେ ୧୦ ପର୍ଯ୍ୟନ୍ତ ପ୍ରସାରଣ କରାଯିବାର ଯୋଜନା ଥିଲା। ତେବେ ପରବର୍ତ୍ତୀ ସମୟରେ ପ୍ରସାରଣ ସମୟସୀମା ବୃଦ୍ଧି କରାଯାଇ ଏହାକୁ ମେ ୨ରେ ଶେଷ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସୂଚନାଯୋଗ୍ୟ, ୧୯୮୮-୮୯ରେ ଉତ୍ତର ରାମାୟଣର ସମସ୍ତ ଏପିସୋଡ୍‌ ପ୍ରସାରଣ ପାଇଁ ୪୪ ସପ୍ତାହ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri