ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏସ୍‌ଟିଏଫ୍‌ ଓ ଡିଏଫ୍‌ ଯବାନମାନେ ପ୍ରତିଦିନ ପରି କୋମ୍ବିଂ ଅପରେଶନକୁ ବାହାରିଥିଲା ବେଳେ ମାଓବାଦୀମାନେ ଖଲାରୀ ଏବଂ ମେଚକା ଗ୍ରାମ ଜଙ୍ଗଲରେ ଏକ ବୈଠକ କରୁଥିବା ଜାଣିବାକୁ ପାଇଥିଲେ। ତେବେ ଯବାନମାନେ ସେହି ଅଞ୍ଚଳକୁ ଘେରାବନ୍ଦୀ କରିଥିବାବେଳେ ମାଓବାଦୀମାନେ ଏହା ଜାଣିପାରି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ୪ ମାଓବାଦୀ ନିହତ ହୋଇଥିବାବେଳେ ସେହି ସ୍ଥାନରୁ ୭ଟି ବନ୍ଧୁକ ଜବତ କରାଯାଇଛି। ଏଥିରେ ଆହୁରି ଅନେକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରି ଉକ୍ତ ଅଞ୍ଚଳରେ ତଲାସୀ ଅଭିଯାନ ଜୋରଦାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ...

କୃଷିଭିତ୍ତିକ ଗଣପର୍ବ

ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ...

ପଥରଶିଳ୍ପ: ଓଡ଼ିଆର ଜାତିଗତ ସମ୍ପଦ

ବାହାର ଲେଖକମାନେ ଶାସ୍ତ୍ରର ମୂଳ ରହସ୍ୟକୁ ଖୋଜି ନ ଥିଲାପରି ମନେହୁଏ। ଯିଏ ଖୋଜିଛନ୍ତି ସେ କିମ୍ଭୂତକିମାକାର ତର୍ଜମା କରି ଓଡ଼ିଆ ସାଂସ୍କୃତିକ ପରମ୍ପରାକୁ କତରା...

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ...

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର

ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ...

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ...

ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week