ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ

କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି। କାମଧନ୍ଦା ବନ୍ଦ ହୋଇଯାଇଥିବାରୁ ନିଜ ରାଜ୍ୟକୁ ଫେରିଆସିବାକୁ ସେମାନେ ଚେଷ୍ଟା କରୁଛନ୍ତି। ଶହ ଶହ ସଂଖ୍ୟାରେ ଲୋକେ ବିଭିନ୍ନ ସୀମାରେ ଏକତ୍ରିତ ହେଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀମାନଙ୍କୁ ସୀମାନ୍ତରେ ଅଟକାଇବାକୁ ଓଡ଼ିଶା ହାଇକୋର୍ଟ ରବିବାର ନିର୍ଦ୍ଦେଶ ଦେଇଛନ୍ତି।

କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ପ୍ରବାସରୁ ରାଜ୍ୟକୁ ଫେରୁଥିବା ବ୍ୟକ୍ତିମାନଙ୍କ ପ୍ରସଙ୍ଗରେ ନିର୍ଦ୍ଦେଶ ଦେଇ କହିଛନ୍ତି, ସାମ୍ପ୍ରତିକ ପରିସ୍ଥିତିରେ ସମ୍ପୃକ୍ତ ଲୋକମାନଙ୍କୁ ସୀମାନ୍ତରେ ଅଟକାଯାଉ। ଉକ୍ତସ୍ଥାନରେ ହିଁ ସେମାନଙ୍କର ରହିବା ବ୍ୟବସ୍ଥା କରାଯାଉ। ଏପରିକି ଖାଇବାପିଇବା ବ୍ୟବସ୍ଥା ସହ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ବନ୍ଦ ଥିବା ସ୍କୁଲ ଓ କଲେଜରେ ରହିବାର ବ୍ୟବସ୍ଥା କରାଯାଉ। ରାଜ୍ୟର ଜିଲାଗୁଡ଼ିକ ଭିତରେ ମଧ୍ୟ ଏହି ନିୟମ ପାଳନ କରାଯାଉ ବୋଲି ସୀମାନ୍ତବର୍ତ୍ତୀ ଜିଲାର ଜିଲାପାଳ ଓ ଏସ୍‌ପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri