ସୀମାନ୍ତ ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଚମ୍ପୁଆ,୯।୫(ଡି.ଏନ.ଏ.)- କେନ୍ଦୁଝର ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ସୀମାନ୍ତ ସ୍ଥିତି ସମୀକ୍ଷା କରିଥିବା ଜଣାଯାଇଛି। ସୂଚନା ଅନୁସାରେ ଶନିବାର କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝି ଚମ୍ପୁଆ ଗସ୍ତ କରିବା ସହିତ ଆନ୍ତଃରାଜ୍ୟ ତନଖି ଫାଟକ ତଥା ଚମ୍ପୁଆ ଓ ଜୟନ୍ତିଗଡ ମଧ୍ୟରେ ରହିଥିବା ଚେକ ପଏଣ୍ଟ ତଦାରଖ କରିଛନ୍ତି। କରୋନା ମହାମାରୀକୁ ରୋକିବା ଏବଂ ପ୍ରବାସୀ ଓଡିଆଙ୍କୁ ଆବଶ୍ୟକ ଯାଞ୍ଚ କରାଯାଇ ଓଡିଶା ମଧ୍ୟକୁ ପ୍ରବେଶ ପାଇଁ ହୋଇଥିବା ବ୍ୟବସ୍ଥା ସହିତ ଓଡିଶାରୁ ବାହାର ରାଜ୍ୟକୁ ଶ୍ରମିକଙ୍କୁ ପଠାଇବା ବ୍ୟବସ୍ଥା ତଦାରଖ କରିଥିଲେ। ଏନେଇ ସେଠାରେ ଉପସ୍ଥିତ ଥିବା ଡାକ୍ତରି ଟିମ୍‌, ପୋଲିସ ପ୍ରଶାସନ, ଆଞ୍ଚଳିକ ପରିବହନ ବିଭାଗ ସହ ଆଲୋଚନା କରିଥିଲେ। ସେଠାରେ ହୋଇଥିବା ବ୍ୟବସ୍ଥାକୁ ନେଇ ସନ୍ତୋଷ ପ୍ରକାଶ କରିବା ସହ ସରକାରଙ୍କ ବ୍ୟବସ୍ଥାକୁ ପ୍ରଶଂସା କରିଥିଲେ। ମାତ୍ର ବହୁଦୂରଦୂରାନ୍ତରୁ ଆସୁଥିବା ଶ୍ରମିକଙ୍କ ପାଇଁ ଟେଣ୍ଟ ବ୍ୟବସ୍ଥା ଏହା ତୁରନ୍ତ କରିବାପାଇଁ ମତ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା କାର୍ଯ୍ୟକାରୀଣୀ ସଦସ୍ୟ ରମେଶ ପ୍ରଧାନ, ଏନ୍‌ଏସି ସଭାପତି ରାଜେଶ ଆଚାର୍ଯ୍ୟ, ସନ୍ତୋଷ କୁମାର ସାହୁ, ସଂଖ୍ୟାାାଲଘୁ ସଭାପତି ମହତାବ ଆଲାମ ପ୍ରମୁଖ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri