Posted inଜାତୀୟ

ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍‌ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମହାନିର୍ଦ୍ଦେଶକ କହିଛନ୍ତି। କଶ୍ମୀର ସଂଲଗ୍ନ ନିୟନ୍ତ୍ରଣ ରେଖା ଏବଂ ଜମ୍ମୁ ଓ ପଞ୍ଜାବକୁ ଲାଗି ରହିଥିବା ଅନ୍ତର୍ଜାତୀୟ ସୀମା ଦେଇ ଭାରତକୁ ଅନୁପ୍ରବେଶ ଉଦ୍ୟମ ବୃଦ୍ଧି ପାଇଥିବା ବିଏସ୍‌ଏଫ୍‌ ମୁଖ୍ୟ ଭି.କେ. ଜୋହରି କହିଛନ୍ତି। ବିଏସ୍‌ଏଫ୍‌ର ୫୫ତମ ପ୍ରତିଷ୍ଠା ଦିବସ ଅବସରରେ ଯବାନମାନଙ୍କୁ ଉଦ୍‌ବୋଧନ ଦେଇ ଜୋହରି କହିଥିଲେ, ଯେକୌଣସି ମୂଲ୍ୟ ଦେଇ ସୀମାରେ ପବିତ୍ରତା ସୁନିଶ୍ଚିତ କରିବା ଲାଗି ତାଙ୍କ ବାହିନୀ ପ୍ରତିଜ୍ଞାବଦ୍ଧ। ପ୍ରତିଷ୍ଠା ଦିବସରେ ବିଏସ୍‌ଏଫ୍‌ ଯବାନ ଓ ସେମାନଙ୍କ ପରିବାର ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି। ଏହି ବାହିନୀ ସୀମାକୁ ସୁରକ୍ଷିତ ରଖିବା ସହ ପ୍ରାକୃତିକ ବିପର୍ଯ୍ୟୟ ଓ ସଙ୍କଟ ସମୟରେ ନାଗରିକଙ୍କୁ ସେବା ଯୋଗାଇ ଆସିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।
ପାକିସ୍ତାନ ସହ ରହିଥିବା ୭୦୦ କିଲୋମିଟରରୁ ଊର୍ଦ୍ଧ୍ୱ ନିୟନ୍ତ୍ରଣ ରେଖା ଏବଂ ୨୨୮୯ କିଲୋମିଟର ଦୀର୍ଘ ଅନ୍ତର୍ଜାତୀୟ ସୀମାକୁ ବିଏସ୍‌ଏଫ ଜଗୁଛି। ଏହି ଅନ୍ତର୍ଜାତୀୟ ସୀମା ଜମ୍ମୁ, ପଞ୍ଜାବ, ରାଜସ୍ଥାନ ଏବଂ ଗୁଜରାଟକୁ ଲାଗି ରହିଛି। ୧୯୬୫ର ଆଜିର ଦିନରେ ୨.୫ ଲକ୍ଷ ଯବାନଙ୍କୁ ନେଇ ବିଏସ୍‌ଏଫ୍‌ ପ୍ରତିଷ୍ଠା କରାଯାଇଥିଲା ଏବଂ ଏହାକୁ ଭାରତ-ପାକ୍‌ ସୀମା ଜଗିବା ଦାୟିତ୍ୱ ଦିଆଯାଇଥିଲା। ଏହା ବ୍ୟତୀତ ଆଭ୍ୟନ୍ତରୀଣ ସୁରକ୍ଷାରେ ମଧ୍ୟ ଏହି ବାହିନୀ ବିଭିନ୍ନ ଭୂମିକା ନିଭାଇ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri