ସୀମା ଟପିଲେ ଅନୁରାଗ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ କିଛିଦନ ହେବ ସୋସିଆଲ ମିଡିଆରୁ ଦୂରେଇ ରହିଥିବା ବେଳେ ଏବେ ପୁଣିଥରେ ସୋସିଆଲ ମିଡିଆରେ ଯୋଡି ହୋଇଯାଇଛନ୍ତି। ସବୁବେଳେ ସେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବେଳେ ଏଥର ମଧ୍ୟ ସେମିତି ଏକ ବିବାଦୀୟ ବୟାନ ପାଇଁ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଅହଙ୍କାରୀ’ ଓ ‘ନିରକ୍ଷର’ ବୋଲି କହିଛନ୍ତି। ଗତବର୍ଷ ଡିସେମ୍ବରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନୁମୋଦନ ହେବା ପରେ ପ୍ରଥମଥର ଲାଗି ଏହାକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଅନୁରାଗ। ସେ ଟୁଇଟ୍‌ କରି କହିଛନ୍ତି, ମୋଦି ସରକାର ସିଏଏକୁ ଫେରାଇ ନେଇ ପାରିବେ ନାହିଁ। କାରଣ ଏମିତି କଲେ ଏହା ତାଙ୍କ ପାଇଁ ପରାଜୟ ହେବ ବୋଲି ସେ କହିଛନ୍ତି। କେନ୍ଦ୍ର ସରକାର ସବୁ କଥାକୁ ବିଜୟ-ପରାଜୟ ଦୃଷ୍ଟିରେ ଦେଖିଥାଆନ୍ତି। ଏମାନଙ୍କର ଏତେ ଗର୍ବ ଯେ ଏଥିରେ ସବୁ ଜଳିପୋଡି ପାଉଁଶ ହୋଇଯିବ ବୋଲି ଅନୁରାଗ କହିଛନ୍ତି। ମୋଦି କେବେ ଭୁଲ୍‌ ହୋଇ ପାରିବେନି, କାରଣ ପାଠ ପଢି ନ ଥିବା ଲୋକେ ହିଁ ଏମିତି କାମ କରନ୍ତି ବୋଲି ଅନୁରାଗ ଟୁଇଟ୍‌ କରିବା ପରେ ଏବେ ଏହାର ଉତ୍ତର ରଖୁଛନ୍ତି ସୋସିଆଲ ମିଡିଆ ୟୁଜର୍ସ। ଏହାପରେ ଜଣେ ୟୁଜସଙ୍କ ପ୍ରଶ୍ନର ଉତ୍ତରରେ ଅନୁରାଗ କହିଛନ୍ତି, କ୍ଷମା କରିବେ, ମୁଁ କାହାକୁ ଆକ୍ଷେପ କରି ଏହା କହିନାହିଁ। ମୋର କହିବାର ଅର୍ଥ ମଧ୍ୟ ସେମିତି କିଛି ନକରାତ୍ମକ ନ ଥିଲା। ଆପଣ ମୋତେ ବୁଝିବାକୁ ଚେଷ୍ଟା କରନ୍ତୁ। କ୍ଷମା ତ ସେତେବେଳେ ମଗାଯାଏ ଯେତେବେଳେ କାହାର ଅପମାନ କରାଯାଏ। ସୂଚନାଯୋଗ୍ୟ, ଅନୁରାଗଙ୍କ କ୍ଷେତ୍ରରେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ମଧ୍ୟ ସେ କେନ୍ଦ୍ର ସରକାରଙ୍କୁ ଅନେକ ଥର ଏମିତି କଥା କହି ଟ୍ରୋଲ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri