ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ

କଟକ ଅଫିସ,୪।୫: ଲକ୍‌ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି। ସପ୍ତାହର ସମସ୍ତ କାର୍ଯ୍ୟ ଦିବସ ମଧ୍ୟରୁ ଦୁଇଦିନ ଅର୍ଥାତ୍‌ ମଙ୍ଗଳବାର ଓ ବୁଧବାର ଦୁଇଜଣିଆ ଖଣ୍ଡପୀଠରେ ମାମଲାର ବିଚାର କରାଯିବ। ପ୍ରତେକ କାର୍ଯ୍ୟ ଦିବସରେ ୫ଜଣ ବିଚାରପତି ପୃଥକ୍‌ ପୃଥକ୍‌ ଭାବେ ଜଣକିଆ ଖଣ୍ଡପୀଠରେ ବିଚାର କରିବେ। ଦୁଇଜଣିଆ ଖଣ୍ଡପୀଠରେ ବିଚାର କରୁଥିବା ବିଚାରପତି ଦ୍ୱୟ ମଧ୍ୟ ପୃଥକ ଭାବେ ଜଣକିଆ ଖଣ୍ଡପୀଠରେ ବିଚାର କରିବେ। ଏହା ମେ’ ୪ରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। କାଉଣ୍ଟର ଫାଇଲିଂ ପାଇଁ ଅଦାଲତ ପୂର୍ବାହ୍ନ ସାଢେ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ। ଆଇନଜୀବୀ କିମ୍ବା ଆବେଦନକାରୀମାନଙ୍କ ମଧ୍ୟରେ ସାମାଜିକ ଦୂରତା ରଖିବାକୁ କୁହାଯାଇଛି। ଏଥିସହ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କାର୍ଯ୍ୟ ଯେଭଳି ସୁରୁଖୁରୁରେ ଚାଲିପାରିବ, ସେଥିପାଇଁ ରୋଷ୍ଟର ଡ୍ୟୁଟି ଅନୁଯାୟୀ ୫୦ ପ୍ରତିଶତ କର୍ମଚାରୀଙ୍କୁ ଅଦାଲତ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ସବୁ ବିଭାଗର କୋର୍ଟ ଅଧୀକ୍ଷକଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟ ଦିବସରେ ଅଦାଲତରେ ସମସ୍ତ ବିଭାଗୀୟ ଅଧୀକ୍ଷକ ଜାଗ୍ରତ ରହିବାକୁ ହାଇକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଫିସର, କର୍ମଚାରୀମାନେ କୋର୍ଟକୁ ମାସ୍କ ପିନ୍ଧି ଆସିବା ସହ ସାମାଜିକ ଦୂରତା ରଖିବେ। ଅଦାଲତର ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ ଥର୍ମାଲ ସ୍କାନିଂ, ହାତ ସଫା ପାଇଁ ସାନିଟାଇଜେଶନ ସାମଗ୍ରୀ ମହଜୁଦ ରହିବ। କୋର୍ଟର ବିଭିନ୍ନ ସାମଗ୍ରୀକୁ ବାରମ୍ବାର ରାସାୟନିକ ପ୍ରକ୍ରିୟାରେ ସାନିଟାଇଜେଶନ କରାଯିବ। ପ୍ରତ୍ୟେକ ଅଫିସର ଏବଂ କର୍ମଚାରୀ ସେମାନଙ୍କ ମୋବାଇଲ ଫୋନରେ ଆରୋଗ୍ୟ ସେତୁ ଇନ୍‌ଷ୍ଟଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri