ସୁକତେଲ୍‌ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍‌

ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା ବ୍ରିଜ ସ୍ଲାବ ତଳେ ଦୁଇଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ। ଘଟଣାରେ ଅନ୍ୟଜଣେ ଶ୍ରମିକ ଗୁରୁତର ଆହତ ହୋଇଥିଲେ । ଏହି ବ୍ରିଜ ଭୁଶୁଡିବା ଘଟଣାକୁ ନେଇ ଭୁବନେଶ୍ୱରରୁ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ସତ୍ୟଜିତ୍‌ ଚକ୍ରବର୍ତ୍ତୀ, ସୁପରିଟେଣ୍ଡଣ୍ଟ ଇଞ୍ଜିନିୟର ହେମନ୍ତ କୁମାର ଦତ୍ତ ଭୁଶୁଡି ପଡିଥିବା ସୁକତେଲ ବ୍ରିଜ ପରିଦର୍ଶନ କରି କିଭଳି ପରିସ୍ଥିତିରେ ଏହି ବ୍ରିଜ୍‌ଟି ଭାଙ୍ଗିଲା ଏହା ଅନୁଧ୍ୟାନ କରିଥିଲେ । ଏହି ଦୁଇ ଅଧିକାରୀଙ୍କ ସହ ବଲାଙ୍ଗୀର ଗ୍ରାମ୍ୟ ଉନ୍ନୟନ ବିଭାଗ ଏସଇ କାଳୀପ୍ରସାଦ ମହାକୁର ଓ ପାଟଣାଗଡ ନିର୍ବାହୀ ଯନ୍ତ୍ରୀ ଏଣ୍ଟିନୋ କିଶାନ ମଧ୍ୟ ଉପସ୍ଥିତ ଥିଲେ । ଅଧିକାରୀମାନଙ୍କୁ ନିକଟସ୍ଥ ତମିଆ ଓ ଆଖପାଖ ଗାଁର ଲୋକେ ବ୍ରିଜ ନିମ୍ନମାନର ହୋଇଥିଲେ ମଧ୍ୟ କାହିଁକି କାର୍ଯ୍ୟାନୁଷ୍ଠାନ କରାଯାଇ ନ ଥିଲା ବୋଲି ପ୍ରଶ୍ନ କରିଥିଲେ । ବ୍ରିଜ ଭୁଶୁଡିବା ଘଟଣାର ତଦନ୍ତ କରିବା ପାଇଁ ସେମାନେ ଆସିଛନ୍ତି ଓ ଏହାର ରିପୋର୍ଟ ଶୀଘ୍ର ରାଜ୍ୟ ସରକାରଙ୍କୁ ଦାଖଲ କରାଯିବ ବୋଲି ଦୁଇ ଅଧିକାରୀ ଲୋକଙ୍କୁ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri