ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଦୋଷୀ ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ବେହେରା ଏବଂ ଠିକାଦାର ସଂଜୟ ଅଗ୍ରବାଲ ଉପରେ ସବୁ ଦୋଷ ଲଦିଥିଲେ ଗ୍ରାମବାସୀ। କାମ ଆରମ୍ଭ ଦିନଠାରୁ ବାରମ୍ବାର ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଥିଲେ ସୁଦ୍ଧା କେହି କର୍ଣ୍ଣପାତ କରିନଥିଲେ ଯାହାଫଳରେ ପୋଲ ଭୁଷୁଡି ଦୁଇଟି ଜୀବନ ଚାଲି ଯାଇଥିଲା । ତେବେ ଶୁକ୍ରବାର ଓଡିଶା ଗ୍ରାମ୍ୟ ଉନ୍ନୟନ ବିଭାଗ ଚିଠି ନଂ ୨୮୦୦୧୩୬୫୩୦୦୧୯୨୦୨୦/ଆର.ଡି. ତା.୦୮/.୦୫/୨୦୨୦ ଅନୁଯାୟୀ ପାଟଣାଗଡ ନିର୍ବାହୀ ଯନ୍ତ୍ରୀ ଆନ୍ଥୋନୀ କିଶାନଙ୍କୁ ନିଲମ୍ବନ କରାଯାଇଥିବା ଖବର ମିଳିଥିଲା । ହେଲେ ଉକ୍ତ ଘଟଣା ପାଇଁ ନିର୍ବାହୀ ଯନ୍ତ୍ରୀ ଙ୍କୁ ନିଳମ୍ବନ କରାଗଲା ନା ଅନ୍ୟ କେଉଁ ଘଟଣା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି ତାହା ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଉକ୍ତ ଚିଠିରେ ସ୍ପଷ୍ଟ କରାଯାଇନାହିଁ। ଫଳରେ ସାଧାରଣ ଜନତାଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରିକି ଏହି ଘଟଣା ଉପରୁ ନଜର ହଟାଇବାକୁ ଏପରି କରାଯାଇଥିବା ବୁଦ୍ଧିଜିବୀମାନେ ମତ ଦେଇଛନ୍ତି। ପୁଣି ନିଲମ୍ବନ ସମୟରେ ନିର୍ବାହୀ ଯନ୍ତ୍ରୀ କିଶାନଙ୍କୁ କୋରାପୁଟ ଜିଲା ସୁନାବେଡା ଗ୍ରାମ୍ୟଉନ୍ନୟନ ବିଭାଗ କାର୍ଯ୍ୟାଳୟରେ ରହିବାକୁ ଉକ୍ତ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ତାଙ୍କ ସ୍ଥାନରେ ବଲାଙ୍ଗିର ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କୁ ପାଟଣାଗଡ ପାଇଁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ସମୟରେ ଆନ୍ତୋନୀ କିଷାନଙ୍କୁ ନିଲମ୍ବନ ଏବଂ ଠିକାଦାର, ଜେ.ଇ. ଏବଂ ଏସ.ଡି.ଓ.ଙ୍କ ଉପରେ କୌଣସି କାଯର୍‌ଯନୁଷ୍ଠାନ ଗ୍ରହଣ ନକରିବାରୁ ବିଭାଗୀୟ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri