ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୨୦ ଦିନ ପରେ କୋର୍ଟରେ ଠିକାସଂସ୍ଥାର ମାଲିକ-ପୁଅଙ୍କ ଆତ୍ମସମର୍ପଣ

ପାଟଣାଗଡ,୧୯।୫ (ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଲରମ୍ଭା ଥାନାରେ ଏକ ମାମଲା(ନଂ. ୪୮/୨୦) ରୁଜୁ ହୋଇଥିଲା। ବ୍ରିଜ ଭୁଷୁଡିବା ଘଟଣା ପରେ ରାମକୁମାର ଇଞ୍ଜିନିୟର୍ସ ପ୍ରାଇଭେଟ ଲିମିଟେଡ୍‌ର ଠିକାଦାର ଏବଂ ବିଭାଗୀୟ ଅଧିକାରୀମାନେ ଫେରାର ହୋଇ ଯାଇଥିଲେ। ତେବେ ଏହି ଘଟଣାରେ ଗତ ୬ ତାରିଖରେ ଠିକା ସଂସ୍ଥାର କର୍ମଚାରୀ ଦିନେସ ନାୟାରଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପାଟଣାଗଡର ନିର୍ବାହୀ ଅଧିକାରୀ ଆନ୍ତୋନି କିଷାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ମଙ୍ଗଳବାର ଘଟଣାର ୨୦ ଦିନ ପରେ ଠିକା ସଂସ୍ଥା ରାମକୁମାର ଅଗ୍ରୱାଲ ଇଂଜିନିୟର୍ସ ପ୍ରାଇଭେଟ ଲିମିଟେଡର ମାଲିକ ରାମକୁମାର ଅଗ୍ରୱାଲ ଏବଂ ତାଙ୍କ ପୁଅ ସଂଜୟ ଅଗ୍ରୱାଲ କୋର୍ଟରେ ଆମତ୍ସମର୍ପଣ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୯ ତାରିଖ ଦିନ ଏହି ଘଟଣା ଘଟିଥିବା ବେଳେ ଲରମ୍ଭା ଥାନା କେଶ ନଂ ୪୮ ଦଫା ୨୮୭/୩୦୪ ଏ/୩୩୭/୩୩୮/୩୪ ଅନୁଯାୟୀ ମାମଲା ରୁଜୁ ହୋଇଥିଲା ଏବଂ ସେହି ଦିନ ଠାରୁ ରାମକୁମାର ଅଗ୍ରୱାଲ ଏବଂ ସଞ୍ଜୟ ଅଗ୍ରୱାଲ ଫେରାର ହୋଇଯାଇଥିଲେ। ସକାଳ ୯ଟା ସମୟରେ ପାଟଣାଗଡ ଏସ୍‌ଡିଜେଏମ୍‌ କୋର୍ଟରେ ଉଭୟେ ହାଜର ହୋଇ ଜାମିନ ପାଇଁ ଆବେଦନ କରିଥିଲେ। ପରେ ମାନ୍ୟବର ଅଦାଲତ ଦୁଇ ଜଣ ଜାମିନଦାର ସହ ୨୦ ହଜାର ଟଙ୍କା ଲେଖାଏଁ ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri