ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଆମେରିକାର ବୋଷ୍ଟନ୍‌ ସହରରେ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବରେ ଭାଗନେଇ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ‘ପିପୁଲ୍ସ ଚଏସ୍‌ ଆୱାର୍ଡ’ ଲାଭ କରିଛନ୍ତି। ଭାରତ ସହ ସମଗ୍ର ଏସିଆ ମହାଦେଶରୁ ଏକମାତ୍ର ଶିଳ୍ପୀଭାବେ ପଟ୍ଟନାୟକ ଏଭଳି ସଫଳତା ହାସଲ କରିଥିବାବେଳେ ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବିଭାଗ ତରଫରୁ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ବୁଧବାର ମନ୍ତ୍ରୀ ପାଣିଗ୍ରାହୀ ନିଜ ବିଧାନସଭା ପ୍ରକୋଷ୍ଠରେ ଉତ୍ତରୀୟ, ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ମନ୍ତ୍ରୀ କହିଥିଲେ, ସୁଦର୍ଶନ ପଟ୍ଟନାୟକ ଓଡ଼ିଶାର ଗର୍ବ ଓ ଗୌରବ। ଓଡ଼ିଶା ବାଲୁକାକଳାକୁ ସେ ବିଶ୍ୱ ଦରବାରରେ ପ୍ରଦର୍ଶିତ କରିଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ଏହି ସମ୍ବର୍ଦ୍ଧନା ପର୍ବରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ସ୍ବତନ୍ତ୍ର ଶାସନ ସଚିବ ଡ. ରାମକୃଷ୍ଣ ସାହୁ, ଯୁଗ୍ମ ସଚିବ ମନସ୍ବିନୀ ସାହୁ ଓ ଲଳିତକଳା ଏକାଡେମୀର ପ୍ରୋଗ୍ରାମ ଅଫିସର ପ୍ରସନ୍ନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri