ସୁଧାର ଗୃହରେ ଫସିଛନ୍ତି ୧୩ ମହିଳା

ଖୋର୍ଦ୍ଧା ଅଫିସ,୨୧ା୩ : ସାରା ବିଶ୍ୱରେ ଲାଗି ରହିଛି କରୋନା ଆତଙ୍କ। ଏ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣ ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଦେଶ ଫେରନ୍ତାଙ୍କ ନାମ ପଞ୍ଜୀକରଣ କରାଯାଉଛି। ସେମାନଙ୍କୁ କ୍ୱାରେଣ୍ଟାଇନ କେନ୍ଦ୍ରରେ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହାର ଭୟାବହତାକୁ ଉପଲବ୍ଧତ୍ କରି ବିଦେଶ ଅଥବା ବାହାର ରାଜ୍ୟରେ ରହୁଥିବା ବ୍ୟକ୍ତି ବିଶେଷ ନିଜ ରାଜ୍ୟ ଏବଂ ଜିଲାକୁ ଫେରୁଛନ୍ତି। ଏଭଳି ସ୍ଥିତିରେ ଖୋର୍ଦ୍ଧା ସୁଧାର ଗୃହରେ ଥିବା ବାହାର ରାଜ୍ୟର ୧୩ ଜଣ ମହିଳା ଫସି ରହିଛନ୍ତି। ସେମାନେ ନିଜ ଘରକୁ ଯିବାକୁ ବ୍ୟାକୁଳ ହେଉଛନ୍ତି। ହେଲେ କର୍ତ୍ତୃପକ୍ଷ ସେମାନଙ୍କୁ ଉପଯୁକ୍ତ ପ୍ରମାଣପତ୍ର ବିନା ଛାଡିବାକୁ ନାରାଜ। ଏ ନେଇ ସମ୍ପୃକ୍ତା ମହିଳାମାନେ ଏବଂ ସୁଧାର ଗୃହ କର୍ତ୍ତୃପକ୍ଷ ମୁହଁ।ମୁହିଁ ହୋଇଥିବା ଜଣାପଡିଛି।
ଭୁବନେଶ୍ୱର କମିଶନରେଟ ପୋଲିସ ୩ଦିନ ତଳେ ୧୩ ଜଣ ବାହାର ରାଜ୍ୟର ମହିଳାଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ସୁଧାର ଗୃହରେ ଛାଡିଥିଲା। ଗୁରୁବାର ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରୀକ୍ଷା ରିପୋର୍ଟ ନେଗେଟିଭ ଆସିବା ପରେ ପୋଲିସ ସେମାନଙ୍କୁ ଛାଡି ଦେବାକୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି। ଏ ନେଇ ସୁଧାର ଗୃହ ଉପଦେଷ୍ଟା ମୀରା ମାନ୍ଧାତାଙ୍କୁ ପଚାରିବାରେ ପୋଲିସ ଆଣି ସେମାନଙ୍କୁ ଏଠାରେ ଛାଡିଥିଲା। ପୋଲିସ ଲିଖିତନାମା ଦେବା ପରେ ସେମାନଙ୍କୁ ଛଡାଯିବ। ଅଥବା ସେମାନଙ୍କ ପରିବାରର କୌଣସି ସଦସ୍ୟ ଆସି ଉପଯୁକ୍ତ ପ୍ରମାଣପତ୍ର ଦେଲେ ଛଡାଯିବାର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri