ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିଲେ ମଧ୍ୟ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ତେବେ ମାଲକାନଗିରି, ଗଜପତି, ରାୟଗଡା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ବନ୍ୟା ପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ବହୁ ଅଞ୍ଚଳ ଏବେ ବି ପାଣି ଘେରରେ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ରାସ୍ତା ଓ ପୋଲ ଭାସିଯିବା ଯୋଗୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଂ ଗୁରୁବାର ବନ୍ୟା ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଦକ୍ଷିଣ ଓଡ଼ିଶାରେ ବନ୍ୟା ହେବାନେଇ ଯେଉଁ ଆଶଙ୍କା ରହିଥିଲା ତାହା ଟଳିଯାଇଛି। ବର୍ଷାର ପରିମାଣ କମିବା ସହ ଯେଉଁ ଅଞ୍ଚଳ ପାଣିଘେରରେ ରହିଥିଲା ସେଠାରେ ପାଣିର ସ୍ତର ହ୍ରାସ ପାଇଛି। ମାଲାକାନାଗିରି ଓ ରାୟଗଡ଼ା ଭଳି ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୁଧୁରୁଛି ବୋଲି ମାର୍ଣ୍ଡିଂ କହିଛନ୍ତି। ରାଜ୍ୟ ସରକାର ବନ୍ୟା ଅଞ୍ଚଳରେ ପୂରା ନଜର ରଖିଛନ୍ତି। ଏହି ଅଞ୍ଚଳକୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। କୋରାପୁଟର ୨ଟି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ରହିଥିଲା, କିନ୍ତୁ ଏବେ ସ୍ଥିତି ସୁଧୁରିଛି ବୋଲି ସେ ସୂଚନା ଦେଇଛନ୍ତି। ରାୟଗଡାରେ ୩୧୨୮ ଜଣଙ୍କୁ ପ୍ରଶାସନ ସ୍ଥାନାନ୍ତର କରିଥିବା ବେଳେ ମାଲକାନଗିରିର ୬ଟି ବ୍ଲକର ୨୦୭୨ ଜଣ, କଳାହାଣ୍ଡିରେ ୧୬୪ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବନ୍ୟା ଅଞ୍ଚଳକୁ ଓଡ୍ରାଫ, ଅଗ୍ନିଶମ ବାହିନୀ, ଡାକ୍ତରୀ ଦଳ ଆଦି ପଠାଯାଇଛି। ବନ୍ୟାରେ ଭାସି ଯାଇ ତୁମୁଡିବନ୍ଧ ଓ କୋଟଗଡ ବ୍ଲକର ୨ ଜଣ ଲୋକ ନିଖୋଜ ଅଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ବିପନ୍ନ ଲୋକଙ୍କ ନିକଟରେ ରିଲିଫ୍‌ ଓ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପହଞ୍ଚାଇବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ କ୍ଷତିଗ୍ରସ୍ତ ଜିଲାର ଜିଲା ପ୍ରଶାସନ ସହ ନିୟମିତ ଯୋଗାଯୋଗରେ ଅଛନ୍ତି। ବନ୍ୟା ଛାଡ଼ିବା ପରେ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପଠାଇବା ଓ କ୍ଷତିଗ୍ରସ୍ତ ଅଞ୍ଚଳରେ ମରାମତି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସେଠୀ ଜିଲ୍ଲା ପ୍ରଶାସନଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ଶୁକ୍ରବାର ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଛତିଶଗଡ଼ ଆଡ଼କୁ ଏହି ଲଘୁଚାପ ମୁହାଁଇଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri