ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ଅର୍ଥ ବିଭାଗ ଓ ଭାରତୀୟ ଚାମ୍ବର୍ସ ଅଫ୍‌ କମର୍ସର ମିଳିତ ଆନୁକୂଲ୍ୟରେ ଆୟୋଜିତ ଓ୍ବେବ୍‌ କନ୍‌ଫରେନ୍ସରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ, ଲୋକଙ୍କ ମଧ୍ୟରେ ଆର୍ଥିକ କାରବାର ବଢ଼ିଲେ ଅର୍ଥନୀତି ସୁଦୃଢ଼ ହେବ। ଲୋକେ ଚାହିଦା ସୃଷ୍ଟି ପାଇଁ ଅର୍ଥ ବିନିଯୋଗ କରିବା ଆବଶ୍ୟକ। ଏହାଦ୍ୱାରା ଅର୍ଥ ବ୍ୟବସ୍ଥା ପୂର୍ବସ୍ଥିତିକୁ ଫେରିପାରିବ। ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା କହିଲେ, ଚଳିତବର୍ଷ ୯୦ହଜାର କୋଟି ମଧ୍ୟରୁ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ଲାଗି ୩୮ ହଜାର କୋଟି ଟଙ୍କା ପ୍ରାବଧାନ କରାଯାଇଛି। ଅର୍ଥ ସଦ୍‌ବିନିଯୋଗ ଲାଗି ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠିତ ହୋଇଛି। ରୁଗ୍‌ଣ ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ସହାୟତା ଯୋଗାଇ ଦେବାକୁ ଯୋଜନା ପ୍ରସ୍ତୁତ କରାଯାଉଥିବା ସେ ସୂଚନା ଦେଇଛନ୍ତି। ଇଣ୍ଡିଆ ଚାମ୍ବର୍ସ ଅଫ୍‌ କମର୍ସର ସଭ୍ୟ ମାତୃଦତ୍ତ ମିଶ୍ର ବର୍ତ୍ତମାନସ୍ଥିତିରେ ଅର୍ଥ ନେଣଦେଣ ବ୍ୟବସ୍ଥାର ଆବଶ୍ୟକତା, ନିଶ୍ଚିତ ଋଣ ଯୋଜନାରେ ଆବେଦନ ତାରିଖ ହଁି ମୋଟ ଋଣ ଅର୍ଥର ୩୦ରୁ ୪୦% ପ୍ରଦାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଏମ୍‌ଏସ୍‌ଏମ୍‌ଇ ପାଇଁ ରହିଥିବା କେତେକ ସ୍କିମ୍‌ ଉପରେ ଆଲୋକପାତ କରାଯାଇଥିଲା। ଭାରତୀୟ ଚାମ୍ବର୍ସ ଅଫ୍‌ କମର୍ସର ଓଡ଼ିଶା ବିତ୍ତ ଓ ଟିକସ କମିଟି ଆବାହକ ରାଜୀବ ଶେଖର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri