ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାଙ୍କୀ ଅଞ୍ଚଳର ବିଭୁରଞ୍ଜନ ସାହୁଙ୍କୁ ଡାକ୍ତରଖାନାକୁ ପଠାଇଥିବାବେଳେ ତାଙ୍କ ପିଇସୀ ପୁଅକୁ ଅଟକ ରଖି ତଦନ୍ତ ଚଳାଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୧୪୨/୧୯)ରୁଜୁ ହୋଇଛି। ସୂଚନା ଅନୁଯାୟୀ, ବାଙ୍କୀ ଅଞ୍ଚଳର ବିଭୁ ପିଇସୀ ଘର ରଘୁନାଥପୁର ଗ୍ରାମରେ ରହିବା ସହ ନନ୍ଦନକାନନ ଛକରେ ଏକ ମୋବାଇଲ ଦୋକାନ ଦେଇଥିଲେ। ପିଇସୀ ପୁଅ ଗୋବିନ୍ଦ ରାଉତ ବୁଧବାର ରାତିରେ ମୋବାଇଲ ଦୋକାନକୁ ଆସି ଧାର ନେଇଥିବା ୨୦ହଜାର ଟଙ୍କାର ସୁଧ ଟଙ୍କା ଦେବାକୁ ବିଭୁଙ୍କୁ କହିଥିଲେ। ପରେ ବିଭୁ ଧୀରେ ଧୀରେ ସୁଧ ଟଙ୍କା ପୈଠ କରିବାକୁ କହିଥିଲେ। ଗୁରୁବାର ସକାଳ ପ୍ରାୟ ୧୦ଟା ରେ ଗୋବିନ୍ଦ ଏକ କଟୁରି ଧରି ନିଶାଶକ୍ତ ଅବସ୍ଥାରେ ବିଭୁଙ୍କ ଦୋକାନରେ ପହଞ୍ଚିବା ସହ ବିଭୁଙ୍କ ମୁଣ୍ଡକୁ କଟୁରିରେ ଆକ୍ରମଣ କରିଥିଲେ। ଖବରପାଇ ପୋଲିସ ପହଞ୍ଚି ବିଭୁଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିଲା। ଏହା ପରେ ପୋଲିସ ଗୋବିନ୍ଦଙ୍କୁ ଅଟକ ରଖିବା ସହ ଆକ୍ରମଣରେ ବ୍ୟବହୃତ କଟୁରି ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?