ସୁଧ ହାର କମାଇଲା ଇପିଏଫ୍‌ଓ

ନୂଆଦିଲ୍ଲୀ,୬-୩: ଏମ୍ପ୍ଲଇଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ(ଇପିଏଫ୍‌ଓ) ଗୁରୁବାର ଏହାର ସୁଧହାର ହ୍ରାସ କରିଛି। ଫଳରେ ଉପଭୋକ୍ତାମାନେ ଚଳିତ ଆର୍ଥତ୍କ ବର୍ଷ ଲାଗି ୮.୫% ହାରରେ ସୁଧ ପାଇ ପାରିବେ। ଏହାକୁ ୭ ବର୍ଷର ସର୍ବନିମ୍ନ ସ୍ତର ବୋଲି କୁହାଯାଉଛି। ୨୦୧୮-୧୯ରେ ଇପିଏଫ୍‌ଓ ୮.୬୫% ହାରରେ ସୁଧ ପ୍ରଦାନ କରିଥିଲା। ଗୁରୁବାର ବସିଥିବା ଇପିଏଫ୍‌ଓର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ସଂସ୍ଥା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଟ୍ରଷ୍ଟି (ସିବିଟି) ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର କହିଛନ୍ତି। ଚଳିତ ଆର୍ଥତ୍କ ବର୍ଷରେ ପ୍ରଦାନ କରାଯିବାକୁ ଥିବା ସୁଧହାର ୨୦୧୨-୧୩ ପରଠାରୁ ସର୍ବନିମ୍ନ। ୨୦୧୬-୧୭ରେ ଇପିଏଫଓ ୮.୬୫%, ୨୦୧୭-୧୮ରେ ୮.୫୫% ହାରରେ ସୁଧ ହାର ଦେଇଥିବା ବେଳେ ୨୦୧୫-୧୬ରେ ସୁଧ ହାର ୮.୮% ରହିଥିଲା। ଏହାବାଦ ୨୦୧୩-୧୪ ଏବଂ ୨୦୧୪-୧୫ରେ ସୁଧ ହାର ୮.୭୫% ରହିଥିଲା ଯାହା ଚଳିତ ଆର୍ଥତ୍କ ବର୍ଷ ଠାରୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri