ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି

ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିଛି। ବହୁ ଲୋକଙ୍କ ଘରେ ପାଣି ପଶିବା ସହ ଯାତାୟାତରେ ସମସ୍ୟା ହେଉଛି। ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଏହାର ସମାଧାନ ଦାବିରେ ଲୋକେ ଏନ୍‌ଏସି କାର୍ଯାଳୟକୁ ଯାଇ ନିର୍ବାହୀ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୁନାରିତୋଟା ସାହିର ଜନସାଧାରଣଙ୍କ ଲାଗି ୨୦୧୧-୨୦୧୨ରେ ୬ ଲକ୍ଷ ୫୦ ହଜାର ଟଙ୍କାରେ କିଛିବର୍ଷ ତଳେ ନୂତନ ରାସ୍ତା ନିର୍ମାଣ କରାଯାଇଥିଲା। ମାତ୍ର ନିମ୍ନମାନର କାମ ସହ ରକ୍ଷଣାବେକ୍ଷଣ ଲାଗି ଏନ୍‌ଏସି କର୍ତ୍ତୃପକ୍ଷ ଗୁରୁତ୍ୱ ଦେଉ ନ ଥିବାରୁ ଏହା ଅତ୍ୟନ୍ତ ଦୟନିୟ ହୋଇପଡିଛି। ଅପରପକ୍ଷରେ ଏହି ରାସ୍ତା ନିକଟରେ ଗତ କିଛିଦିନ ତଳେ ୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଡ୍ରେନ ଓ ଆଉଏକ ରାସ୍ତା କାମ ମଧ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହେଉଛି। ଡ୍ରେନ୍‌ରେ ଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ବନ୍ୟା ସୃଷ୍ଟି ହେଉଛି। ଏଠାରେ ଖୁଣ୍ଟ ପୋତା ଯାଇଥିବାବେଳେ ଷ୍ଟ୍ରିଟ୍‌ ଲାଇନ ମଧ୍ୟ ଲାଗିନାହିଁ। ଏନେଇ ଜନସାଧାରଣ ଏନ୍‌ଏସି କାର୍ଯାଳୟକୁ ଯାଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ନଚେତ୍‌ ଏନ୍‌ଏସି ସମ୍ମୁଖ ମୁଖ୍ୟରାସ୍ତାକୁ ଅବରୋଧ କରି ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏହାକୁ ନେଇ ନିର୍ବାହୀ ଅଧିକାରୀ ଏ. ନାଗେଶ୍ୱର ରାଓଙ୍କ ସମେତ କର୍ମଚାରୀମାନେ ଘଟଣାସ୍ଥଳକୁ ଆସି ପରିସ୍ଥିତିକୁ ଦେଖି ଯଥାଶୀଘ୍ର ପାଣି ନିଷ୍କାସନ ବ୍ୟବସ୍ଥା କରିବା ସହ ରାସ୍ତା ସଫାସୁତୁରା ଓ ନିର୍ମାଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri