ସୁନାଲଟିଠାରେ କୁସୁମୀ ବ୍ୟାରେଜର ଶୁଭାରମ୍ଭ : ୩ହଜାର ହେକ୍ଟର ଜମିକୁ କରିବ ଜଳସେଚନ

ନୟାଗଡ଼ ଅଫିସ,୧ା୧୨- ନୟାଗଡ଼ ବ୍ଲକ ବଡ଼ପଣ୍ଡୁସର ପଞ୍ଚାୟତ ସୁନାଲଟିଠାରେ କୁସୁମୀ ବ୍ୟାରେଜ (ଜଳସେଚନ ପ୍ରକଳ୍ପ) କାର୍ଯ୍ୟର ଶନିବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଉପଲକ୍ଷେ ନିକଟସ୍ଥ ଆମ୍ବତୋଟାଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ନୟାଗଡ଼ ଜଳସମ୍ପଦ ନିର୍ବାହୀ ଯନ୍ତ୍ରୀ ଅମରେନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ ହୋଇଥିବା ଏହି ବୈଠକରେ ମନ୍ତ୍ରୀ ସାହୁ ଯୋଗ ଦେଇ କୁସୁମୀ ବ୍ୟାରେଜ ଜନସାଧାରଣଙ୍କ ପ୍ରସ୍ତାବିତ ବ୍ୟାରେଜ ବୋଲି ମତବ୍ୟକ୍ତ କରିଥିଲେ। ତଳସ୍ତରରୁ ଜନସାଧାରଣଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ଏହି ବ୍ୟାରେଜ ନିର୍ମାଣ କରାଯାଇଥିବାରୁ ଏହା ସଫଳ ହେବ ବୋଲି ମନ୍ତ୍ରୀ ସାହୁ ପ୍ରକାଶ କରିଥିଲେ। ବ୍ୟାରେଜ ହେବା ଦ୍ୱାରା ୩ଟି ବ୍ଲକର ୩୯ଟି ଗ୍ରାମର ୩୦୦୦ ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ। ବ୍ୟାରେଜ ନିର୍ମାଣ ସମୟରେ ଯେଉଁ ଚାଷୀମାନଙ୍କ ଜମି ଯାଉଛି ସେମାନଙ୍କ ଜମିକୁ ବିଭାଗ ନିକଟରେ ହସ୍ତାନ୍ତର କରିବା ପାଇଁ ଅନୁରୋଧ କରିଥିଲେ। ସେହିଭଳି ଆଗାମୀ ଦିନରେ ଜିଲାର ଉନ୍ନତି ପାଇଁ ୪ ବିଧାୟକ ଏକାଠି ହୋଇ ଲଢ଼ିବେ ବୋଲି ସାହୁ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗ ଦେଇ ଏହି ବ୍ୟାରେଜ ଚାଷୀମାନଙ୍କ ପାଇଁ ବରଦାନ ସଦୃଶ ବୋଲି ପ୍ରକାଶ କରିିଥିଲେ। ବୃତ୍ତଙ୍ଗ ଜଳସେଚନ ଯୋଜନା କେନ୍ଦ୍ରରେ ଅଟକିଥିବା ବେଳେ ତାହାକୁ କିପରି ତ୍ୱରାନ୍ବିତ କରିବା ସେ ଦିଗରେ ଧ୍ୟାନ ଦିଆଯାଉ ବୋଲି କହିଥିଲେ। ଜିଲାର କୃଷକମାନଙ୍କ ପାଇଁ ଆହୁରି ଉନ୍ନତି କାର୍ଯ୍ୟ ହାତକୁ ନେବା ଲାଗି ଚେଷ୍ଟା ଜାରି ରହିବ ବୋଲି ବିଧାୟକ ପଟ୍ଟନାୟକ ପ୍ରକାଶ କରିଥିଲେ। ଲକ୍ଷ୍ୟଧାର୍ଯ୍ୟ ସମୟରେ ବ୍ୟାରେଜ କାମ ଶେଷ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ରଣପୁର ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ, ଜିଲାପାଳ ଡା. ପୋମା ଟୁଡୁ, ଏସ୍‌ପି ଶଶିଭୂଷଣ ଶତପଥୀ, ପିଡି (ଡିଆରଡିଏ) ସୁବାସ ଚନ୍ଦ୍ର ରାୟ, ଉପଜିଲାପାଳ ଲଗ୍ନଜିତ ରାଉତ, ନୟାଗଡ଼ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଜିଲା ପରିଷଦ ସଭ୍ୟା ଅରୁଣା ନାୟକ ପ୍ରମୁଖ ମଞ୍ଚାସୀନ ଅତିଥିଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ନୟାଗଡ଼ ବ୍ଲ୍ଳକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?