ସୁନା ଅଳଙ୍କାରରେ ହଲ୍‌ମାର୍କ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫-୧: ଏଣିକି ଦେଶ ମଧ୍ୟରେ ସୁନା ଅଳଙ୍କାର ଏବଂ କଳାକୃତିର ହଲ୍‌ମାର୍କକୁ ବାଧ୍ୟତାମୂଳକ କରାଯିବ। ୧୫ ଜାନୁୟାରୀ ୨୦୨୦ଠାରୁ ହଲ୍‌ମାର୍କିଂ ବାଧ୍ୟତାମୂଳକ ଲାଗି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯିବ। ୨୦୨୧ ଜାନୁୟାରୀ ୧୫ଠାରୁ ଏହାକୁ ସମ୍ପୂର୍ଣ୍ଣ ଭାବେ ସାରା ଦେଶରେ ବାଧ୍ୟତାମୂଳକ କରାଯିବ। ନିୟମ ଲାଗୁ କରିବା ଲାଗି ଗୋଟିଏ ବର୍ଷ ସମୟ ଦିଆଯିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାଶ୍ୱାନ ମଙ୍ଗଳବାର ସୂଚନା ଦେଇଛନ୍ତି। ହଲ୍‌ମାର୍କିଂକୁ ବାଧ୍ୟତାମୂଳକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବା ପାଶ୍ୱାନ କହିଛନ୍ତି। ଏହା ଦ୍ୱାରା ଅଳଙ୍କାରର ଶୁଦ୍ଧତା ବଜାୟ ରହିବ। ଅଳଙ୍କାର ଆଣିବା ସମୟରେ ଗ୍ରାହକମାନେ ଆଉ ଠକେଇରେ ପଡିବେ ନାହିଁ। କେବଳ ୧୪,୧୮ ଏବଂ ୨୨ କ୍ୟାରେଟ ବର୍ଗରେ ସୁନା ଅଳଙ୍କାର ରହିବ। ଏହା ଦ୍ୱାରା ଦୁର୍ନୀତିକୁ ରୋକାଯାଇ ପାରିବ ବୋଲି ସେ ମତ ରଖିଛନ୍ତି। ହଲମାର୍କିଂ ବାଧ୍ୟତାମୂଳକ ହେବା ପରେ ନିୟମ ଉଲଂଘନ କ୍ଷେତ୍ରରେ ୧ ଲକ୍ଷ ଟଙ୍କାଠାରୁ ଆରମ୍ଭ କରି ଠକାମି ହୋଇଥିବା ଗହଣାର ୫ ଗୁଣା ପର୍ଯ୍ୟନ୍ତ ଜରିମାନା କିମ୍ବା ଜେଲ ଦଣ୍ଡ ହେବ। ନିୟମ ଲାଗୁ କରିବା ଲାଗି ୧ ବର୍ଷ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ବ୍ୟବସାୟୀମାନେ ପଞ୍ଜୀକରଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ଏବଂ ପୁରୁଣା ସାମଗ୍ରୀକୁ ବିକ୍ରି କରି ପାରିବେ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri