ସୁନା ଚେନ୍‌ ଚୋରି ଅଭିଯୋଗ, ଦମ୍ପତି ଗିରଫ

ଛତ୍ରପୁର,୧୩ା୩(ଡି.ଏନ.ଏ)- ଛତ୍ରପୁରଠାରେ ଦୋଳଯାତ୍ରା ଚାଲିଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାଚେନ୍‌ ଛିଣ୍ଡାଇ ନେଇଥିବା ଅଭିଯୋଗରେ ଗୁରୁବାର ଏକ ଦମ୍ପତିଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କଟକ ମାଲଗୋଦାମ ଥାନା ଜୋବ୍ରା ଚୁନାଭାଟି ଅଞ୍ଚଳର ପି. ରବି ରାଓ ଓ ତାଙ୍କ ସ୍ତ୍ରୀ ଏସ୍‌. ସୁନ୍ଦରୀ। ଚୋରି ହୋଇଥିବା ୧୩ ଗ୍ରାମ ଓଜନର ସୁନା ଚେନ୍‌ ସେମାନଙ୍କଠାରୁ ଜବତ କରାଯାଇଛି। ଗିରଫ ଦମ୍ପତିଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଛତ୍ରପୁର ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି। ୧୦ ତାରିଖ ସନ୍ଧ୍ୟାରେ ଛତ୍ରପୁରରେ ଦୋଳଯାତ୍ରା ଚାଲିଥିବାବେଳେ ବଜାର ମୁଖ୍ୟ ରାସ୍ତାରେ ବଡଆର୍ଯ୍ୟପଲ୍ଲୀ ଗାଁର ଜି. କାମନାଙ୍କ ବେକରୁ ଅଭିଯୁକ୍ତ ରବି ସୁନାଚେନ୍‌ ଛିଣ୍ଡାଇ ସ୍ତ୍ରୀ ସୁନ୍ଦରୀଙ୍କୁ ଦେଇଥିଲେ। କାମନା ଚିତ୍କାର କରିବାରୁ ସେଠାରେ ଥିବା ଲୋକେ ରବିଙ୍କୁ କାବୁ କରିନେଇଥିଲେ ମଧ୍ୟ ସୁନ୍ଦରୀ ଚେନ୍‌ ଧରି ଚମ୍ପଟ ମାରିଥିଲେ। ଛତ୍ରପୁର ଥାନା ପୋଲିସ ପହଞ୍ଚତ୍ ରବିଙ୍କୁ ଥାନାକୁ ଆଣି ପଚରାଉଚୁରା କରିଥିଲେ। ସୁନ୍ଦରୀ ଚେନ୍‌ ନେଇ କଟକସ୍ଥିତ ତାଙ୍କ ଘରକୁ ଚାଲିଯାଇଥିବା ଜାଣିବା ପରେ ବୁଧବାର ରାତିରେ ଛତ୍ରପୁର ପୋଲିସ କଟକ ଯାଇ ରବିଙ୍କ ଘରେ ଚଢାଉ କରି ସୁନ୍ଦରୀଙ୍କୁ ଗିରଫ କରିଥିଲା। ଏ ନେଇ ଛତ୍ରପୁର ଥାନାରେ ମାମଲା (ନଂ.୬୫/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri