ସୁନା ଦୋକାନୀଙ୍କ ସହ ୨ ଚେନ୍‌ ଲୁଟେରା ଗିରଫ

ବାରିପଦା ଅଫିସ,୧୫ା୧୧- ଦୀର୍ଘ ଦିନ ପରେ ମୟୂରଭଞ୍ଜ ଜିଲା ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି। ଜିଲାରେ କିଛି ଦିନ ହେଲା ଛିନତାଇ କରି ଆତଙ୍କ ସୃଷ୍ଟି କରୁଥିବା ୨ ଯୁବକ ଓ ଜଣେ ସୁନା ଦୋକାନୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୮୪୩ ଗ୍ରାମର ସୁନା ଅଳଙ୍କାର ଜବତ ହୋଇଛି। ଗିରଫ ଅଭିଯୁକ୍ତମାନେ ପଡୋଶୀ ବାଲେଶ୍ୱର ଜିଲାର ବୋଲି ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ୫ ତାରିଖରେ ଉଦଳା ଥାନା ଅଧୀନ ନାଗପାଳଠାରେ ଶକୁନ୍ତଳା ରାଉତ ନାମ୍ନୀ ଜଣେ ମହିଳାଙ୍କଠାରୁ ଦୁଇ ଯୁବକ ଏକ ମୋଟର ସାଇକଲରେ ଆସି ସୁନା ଚେନ ଛିନତାଇ କରି ଫେରାର ହୋଇଯାଇଥିଲେ। ଏନେଇ ସେ ଉଦଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୭୩/୧୯) ରୁଜୁ କରି ସିସି ଟିଭି ଫୁଟେଜ ଓ ବିଭିନ୍ନ କୌଶଳ ଅବଲମ୍ବନ କରି ଉଦଳା ବସଷ୍ଟାଣ୍ଡରୁ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗୋବିନ୍ଦ ଗ୍ରାମର ରବିନ୍ଦ୍ର ନାୟକ ଓ କୁକୁଣ୍ଡେଇ ଗ୍ରାମର ଦୀପକ ଜେନାଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ସେମାନେ ଛିନତାଇ କରିଥିବା ସ୍ବୀକାର କରିଥିଲେ। ଛିନତାଇ ପରେ ସମସ୍ତ ସୁନା ଗହଣାକୁ ସେମାନେ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ସିଙ୍ଗାରପୁର ଗ୍ରାମର ଦୀପକ ରଣାଙ୍କୁ ଦେଉଥିଲେ। ଦୀପକଙ୍କର ଏକ ସୁନା ଦେକାନ ଥିବା ବେଳେ ସେ ଛିନତାଇ ହୋଇଥିବା ସୁନାକୁ ତରଲାଇ ବିଭିନ୍ନ ଅଳଙ୍କାର କରି ନିଜ ଦୋକାନରେ ବିକ୍ରି କରୁଥିଲେ। ଏ ସମ୍ପର୍କରେ ସମସ୍ତ ସୂଚନା ପୋଲିସ ପାଇବା ପରେ ଦୀପକଙ୍କୁ ମଧ୍ୟ ଅଟକ ରଖି ପଚରାଉଚୁରା କରିଥିଲା।
ଜବତ ସୁନା ମଧ୍ୟରେ ବ୍ରେସଲେଟ, ଚେନ, ମଙ୍ଗଳସୁତ୍ର, ନେକଲେସ, ଲକେଟ, କାନ ଫୁଲ, ମୁଦି ଆଦି ରହିଛି। ଗିରଫ ଅଭିଯୁକ୍ତମାନେ ଛିନତାଇ ପାଇଁ ବ୍ୟବହାର କରୁଥିବା ଏକ ମୋଟରସାଇକେଲ(ନଂ.ଓଡ଼ି୧୧ଏମ- ୭୨୬୯)କୁ ପୋଲିସ ଜବତ କରିଛି। ଚଳିତ ବର୍ଷ ଏହି ଅଭିଯୁକ୍ତମାନଙ୍କ ନାମରେ ଉଦଳା ଥାନାରେ ୨ଟି , ବେତନଟୀ ଥାନାରେ ୪ଟି ଓ ବାଲେଶ୍ୱର ଜିଲା ସୋର ଥାନାରେ ୪ଟି ମାମଲାକୁ ମିଶାଇ ମୋଟ ୧୦ଟି ମାମଲା ରହିଛି। ସେହିପରି ଏହି ଅଭିଯୁକ୍ତମାନେ ୨୦୧୭ରେ ୫ଟି ମାମଲାରେ ସମ୍ପୃକ୍ତ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri