ସୁନ୍ଦରଗଡ଼ରେ ଇସ୍ରୋର ସ୍ବତନ୍ତ୍ର ପ୍ରଦର୍ଶନ ଯାନ : ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଛାତ୍ରୀଛାତ୍ର

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ. )-ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ଭ୍ରାମ୍ୟମାଣ ପ୍ରଦର୍ଶନ ଯାନ ଶନିବାର ସୁନ୍ଦରଗଡ ଠାରେ ପହଞ୍ଚିଥିଲା। ସୁନ୍ଦରଗଡରେ ଥିବା ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ପ୍ରାୟ ୨୦୦୦ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକ ଓ ଜନସାଧାରଣଙ୍କ ପ୍ରଦର୍ଶନ ପାଇଁ ଏହି ସ୍ବତନ୍ତ୍ର ଯାନ ସ୍ଥାନୀୟ ଭବାନୀ ଶଙ୍କର ସରକାରୀ ଉଚ୍ଚବିଦ୍ୟାଳୟ ଓ ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟଠାରେ ଅଟକିଥିଲା। ଏହି ସ୍ବତନ୍ତ୍ର ଯାନରେ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ଦ୍ୱାରା ପ୍ରସ୍ତୁତ ହୋଇ ପ୍ରଦର୍ଶିତ ହୋଇଥିବା ରକେଟ ମଡେଲ, ରକେଟ ଉତ୍‌କ୍ଷେପଣ, ଭାରତୀୟ ଉପଗ୍ରହର ପ୍ରୟୋଗ, ଚନ୍ଦ୍ରଯାନ -୧, ଚନ୍ଦ୍ରଯାନ-୨, ମଙ୍ଗଳ ଅଭିଯାନ ସମ୍ପର୍କରେ ଥିବା ସମସ୍ତ ପ୍ରକଳ୍ପଗୁଡିକ ବିଦ୍ୟାର୍ଥୀମାନେ ପରିଦର୍ଶନ କରି ଧାରଣା ପାଇଥିଲେ। ଯାନ ସହିତ ଆସିଥିବା ଟେକ୍‌ନିକାଲ ଅଧିକାରୀମାନେ ପିଲାମାନଙ୍କୁ ବୁଝାଉଥିଲେ। ମହାବିଦ୍ୟାଳୟ ସ୍ତରରେ ସ୍ନାତକ ଶ୍ରେଣୀର ପଦାର୍ଥ ବିଜ୍ଞାନ ପଢୁଥିବା ଛାତ୍ରୀଛାତ୍ରମାନେ ବିଶେଷ ଭାବେ ଆଗ୍ରହ ପ୍ରକାଶ କରୁଥିବା ଦେଖିବାକୁ ମିଳିଥିଲା। ସକାଳେ ସ୍ଥାନୀୟ ଭବାନୀ ଶଙ୍କର ସରକାରୀ ଉଚ୍ଚ ବିଦ୍ୟାଳୟ, ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟ, ଶିଶୁ ବିଦ୍ୟାମନ୍ଦିର, ସୁନ୍ଦରଗଡ ପବ୍ଲିକ ସ୍କୁଲ ଛାତ୍ରୀଛାତ୍ର ବୁଲି ଦେଖିଥିଲେ। ମଧ୍ୟାହ୍ନରେ ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟର ଶିକ୍ଷାର୍ଥୀମାନେ ଶୃଙ୍ଖଳିତ ଭାବେ ପ୍ରକଳ୍ପଗୁଡିକ ବୁଲି ଦେଖିଥିଲେ। କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. କିଶୋର କୁମାର ଦାଶ ଉଦ୍‌ଘାଟନ କରିଥିଲେ। ଇସ୍ରୋର ଟେକ୍‌ନିକାଲ ଅଧିକାରୀ ଇଂ. ଅର୍ଜୁନ ସାହୁ, ମହାବିଦ୍ୟାଳୟର ପ୍ରାଧ୍ୟାପକ ଆର୍ଯ୍ୟ ବିଭାସ କୁମାର, ଜିଲା ବିଜ୍ଞାନ ନିରୀକ୍ଷକ ଗୋପୀନାଥ ନାଏକ, ଭବାନୀଶଙ୍କର ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଧାଂଶୁ ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଶ୍ରୀହରିକୋଟାରୁ ଏହି ସ୍ବତନ୍ତ୍ର ଯାନ ଓଡିଶା ଗସ୍ତରେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?