ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ ସୁନ୍ଦରଗଡଠାରୁ ୫କି.ମି ଦୂର ସବ୍‌ଡେଗା ବ୍ଲକର କରମଡିହିଠାରେ ତୁଷାରପାତ ହୋଇଥିବାର ଦେଖିବାକୁ ମିଳିଛି। କରମଡିହିର ସୁମନ୍ତ ପଟେଲଙ୍କ ଧାନଖଳାର ପାଳଗଦା ଉପରେ ଶନିବାର ସକାଳେ ତୁଷାର ପଡିଥିବା ଲୋକେ ଦେଖିଥିଲେ। ଏଥିସହ ଏକ ପାଣିଥିବା କଂସା ପାତ୍ରରେ ଓ ବାଇକ୍‌ ସିଟ ଉପରେ ତୁଷାର ପଡିଥିଲା। ଶୁକ୍ରବାର ସୁନ୍ଦରଗଡରେ ସର୍ବନିମ୍ନ ତାପମାତ୍ରା ୧୦.୫ଡିଗ୍ରୀ ସେଲସିୟସ ଓ ସର୍ବାଧିକ ୨୫ଡିଗ୍ରୀ ସେଲସିୟସ ଥିବା ବେଳେ ଶନିବାର ସର୍ବନିମ୍ନ ୧୦ଡିଗ୍ରୀ ଓ ସର୍ବାଧିକ ୨୨ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ଜିଲା ପାଣିପାଗ ବିଭାଗ ସୂତ୍ରରୁ ଜଣାଯାଇଛି। ଜିଲାର ଆଭ୍ୟନ୍ତରୀଣ ଅଞ୍ଚଳ ତଥା ନଦୀ ଓ ଜଙ୍ଗଲ ତଟବର୍ତ୍ତୀ ଗ୍ରାମଗୁଡିକରେ ସର୍ବନିମ୍ନ ତାପମାତ୍ରା ଆହୁରି କମ୍‌ ରହୁଛି। ଫଳରେ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଶୀତରୁ ରକ୍ଷା ପାଇବା ପାଇଁ ଗ୍ରାମାଞ୍ଚଳରେ ଲୋକେ ନିଆଁ ଜାଳି ପୋଇଁ ହେଉଥିବା ଦେଖିବାକୁ ମିଳିଛି। ବଜାରରେ ଶୀତ ପୋଷାକର ଚାହିଦା ମଧ୍ୟ ବୃଦ୍ଧି ପାଇଛି। ଅପରପକ୍ଷେ ଅସହାୟ, ଗରିବ, ବୃଦ୍ଧାବୃଦ୍ଧ ହାଡଭଙ୍ଗା ଶୀତ ଯୋଗୁ ଅକଥନୀୟ କଷ୍ଟ ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri