ସୁନ୍ଦରଗଡ଼ ଜିଲାପାଳ ଦେଲେ ତଥ୍ୟ: ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଆର୍‌ଜିଏଚ୍‌ର ୨ ଡାକ୍ତର, ୬ କଏଦୀ

ସୁନ୍ଦରଗଡ଼,୭।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ତଥ୍ୟ ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୫ଜଣ ପୁରୁଷ ଓ ୩ ମହିଳା ଅଛନ୍ତି। ତେବେ ରାଉରକେଲା ସରକାରୀ ଡାକ୍ତରଖାନା(ଆର୍‌ଜିଏଚ୍‌)ର ଦୁଇ ଡାକ୍ତର କରୋନା ସଂକ୍ରମିତ ହୋଇଛନ୍ତି। ସେମାନେ କୋଭିଡ୍‌ ଓ ପରେ ମେଡିକାଲ ଡ୍ୟୁଟିରେ ଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେମାନେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। କରୋନା ଚିହ୍ନଟ ପରେ ହସ୍ପିଟାଲ୍‌ ସାନିଟାଇଜ୍‌ କାର୍ଯ୍ୟ କରାଯାଇଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ସ୍ପେଶାଲ ଜେଲ୍‌ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ୬ଜଣ କଏଦୀ ରହିଛନ୍ତି ବୋଲି କୁହାଯାଇଛି। ତେବେ ପ୍ରଥମ ଥର ପାଇଁ ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଡାକ୍ତର ଅଆଉ କେତେଜଣଙ୍କ ସଂସ୍ପର୍ଶରେ ଆସିଥିଲେ ଓ ଜେଲରେ ଥିବା କଏଦୀଙ୍କ ସଂସ୍ପର୍ଶରେ ଆସିଥିବା ପୋଲିସ ଓ ଜେଲ କର୍ମଚାରୀମାନଙ୍କ ମଧ୍ୟ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri