ସୁନ୍ଦରବନ ଛୁଇଁବ ବୁଲ୍‌ବୁଲ୍‌

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ ବାଂଲାଦେଶର ଖେପୁପଡ଼ା ମଧ୍ୟରେ ସୁନ୍ଦରବନ ନିକଟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ସୁନ୍ଦରବନ ଦେଇ ଯାଉଥିବାରୁ ଏହାକୁ ଛାରଖାର କରିଦେଇପାରେ ବୋଲି ଆଶଙ୍କା କରାଯାଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବୁଲୁବୁଲ୍‌ ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୨୬୦ କି.ମି. ଏବଂ ପଶ୍ଚିମବଙ୍ଗର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ସାଗରଦ୍ୱୀପଠାରୁ ୫୧୦ କି.ମି. ଦୂରରେ ରହିଛି। ଏହା ଶନିବାର ସକାଳ ଯାଏ ଉତ୍ତର ଦିଗ ଦେଇ ଗତି କରିବ। ଏହାପରେ ଦିଗ ବଦଳାଇ ଉତ୍ତର ପୂର୍ବକୁ ଭୟଙ୍କର ବେଗରେ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୪୦ରୁ ୧୫୦ କିଲୋମିଟର ଏବଂ ବେଳେ ବେଳେ ଏହା ୧୬୦ କି.ମି. ବେଗରେ ଝଟକା ଦେବ ବୋଲି ଅନୁମାନ କରାଯାଇଛି।
ଓଡ଼ିଶା ନିକଟ ଦେଇ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ୬୦ରୁ ୭୦ କିମି, ବେଳେବେଳେ ୯୦ କିମି ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି। ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ୁ ନ ଥିଲେ ମଧ୍ୟ ୮ ତାରିଖ ରାତ୍ରିରୁ ୧୦ ତାରିଖ ସକାଳ ଯାଏ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପବନ ମାଡ଼ରେ ଗଛ ଉପୁଡ଼ିବା, ଚାଳଘର ଭାଙ୍ଗିବା ସହ ବିଦ୍ୟୁତ୍‌, ଟେଲିଫୋନ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି। ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାର ଜିଲାପାଳମାନଙ୍କୁ ସମସ୍ତ ପ୍ରକାର ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଲୁଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରିବା ସହ ବାତ୍ୟା ଆଶ୍ରୟସ୍ଥଳଗୁଡିକରେ ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି।
ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଜିଲାପାଳଙ୍କ ସହିତ ବାତ୍ୟା ପ୍ରସ୍ତୁତି ନେଇ ନିୟମିତ ଯୋଗାଯୋଗ କରୁଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ବୁଲ୍‌ବୁଲ୍‌ର ଗତିବିଧି ଉପରେ କେନ୍ଦ୍ର ସରକାରଙ୍କର ମଧ୍ୟ ନଜର ରହିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭକରି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କେନ୍ଦ୍ର କ୍ୟାବିନେଟ ସଚିବ ରାଜ୍ୟ ସରକାରଙ୍କ ସହିତ ନିୟମିତ ବ୍ୟବଧାନରେ ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରୁଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ନୂଆଦିଲ୍ଲୀଠାରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜାତୀୟ ଆପତ୍‌ ପରିଚାଳନା କମିଟି(ଏନ୍‌ସିଏମ୍‌ସି) ବୈଠକରେ ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। ଏଥିସହିତ କ୍ୟାବିନେଟ ସଚିବ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି ଯେ, ବୁଲ୍‌ବୁଲର ପ୍ରଭାବ ଓଡ଼ିଶା ଉପରେ ଅଧିକ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୬୦ରୁ ୯୦ କିମି ବେଗରେ ପବନ ବହିବ। ରାଜ୍ୟର ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ସ୍ଥାନରେ ରହିଛନ୍ତି। ତେବେ ପଶ୍ଚିମବଙ୍ଗର ୫୦ ଜଣ ମତ୍ସ୍ୟଜୀବୀ ଧାମରା ପହଞ୍ଚିବେ ବୋଲି ପଶ୍ଚିମବଙ୍ଗ ସରକାର ଜଣାଇଛନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ପ୍ରତିଶ୍ରୁତି ଦିଆଯାଇଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ବାଲେଶ୍ୱର ତଳସାରୀ ସମୁଦ୍ର କୂଳକୁ ପର୍ଯ୍ୟଟକ ଯେପରି ନ ଯିବେ ସେ ନେଇ ପଦକ୍ଷେପ ଗ୍ରହଣ କରିବା ଲାଗି ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ଆଶଙ୍କା ଥିବା ୬ ଜିଲାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କ୍ୟାବିନେଟ ସଚିବଙ୍କୁ ଅବଗତ କରାଯାଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଟେଲି ଯୋଗାଯୋଗ ସେବା ପ୍ରଭାବିତ ହେଲେ ଟେଲିଫୋନ୍‌ କମ୍ପାନୀଗୁଡିକୁ ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେବାକୁ କ୍ୟାବିନେଟ ସଚିବ ପ୍ରତିଶ୍ରୁତି କହିଛନ୍ତି।
ବାତ୍ୟା ପ୍ରଭାବରେ ଶୁକ୍ରବାର ଦିନତମାମ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲାରେ ହାଲକା ପବନ ସହିତ ବର୍ଷା ଲାଗି ରହିଛି। ସମୁଦ୍ର କୂଳରେ ପବନର ବେଗ ୩୦ରୁ ୪୦ କି.ମି. ରହିଥିବାବେଳେ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବା ସୂଚନା ମିଳିଛି। ବାତ୍ୟା ପାଇଁ ରାଜ୍ୟ ସରକାର ପୂରା ପ୍ରସ୍ତୁତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri