ସୁନ୍ଦରୀ ବିବରଣୀ ମାଗିଲେ କାହ୍ନା କର୍ତ୍ତୃପକ୍ଷ: ବନ୍ୟପ୍ରାଣୀ ମୁଖ୍ୟ ବନସଂରକ୍ଷକଙ୍କ ନିକଟକୁ ଚିଠି

ବନ୍ତଳା,୨୨ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ରାଇଗୁଡ଼ା ଏନ୍‌କ୍ଲୋଜରରୁ ବାଘୁଣୀ ସୁନ୍ଦରୀକୁ ନେବା ପାଇଁ ମଧ୍ୟପ୍ରଦେଶ କାହ୍ନା ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ମଧ୍ୟପ୍ରଦେଶ କାହ୍ନା ଜାତୀୟ ବ୍ୟାଘ୍ର ପ୍ରକଳ୍ପର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ ପକ୍ଷରୁ ଓଡ଼ିଶା ବନ୍ୟପ୍ରାଣୀ ପ୍ରଧାନ ମୁଖ୍ୟ ବନସଂରକ୍ଷକଙ୍କ ନିକଟକୁ ଚିଠି କରାଯାଇଛି। ଏହାପରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି। ବାଘୁଣୀ ସୁନ୍ଦରୀର ଇତିହାସ, ପ୍ରବୃତି, ସ୍ବାସ୍ଥ୍ୟ ଓ ଆଚରଣ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସାତକୋଶିଆ କର୍ତ୍ତୃପକ୍ଷ ଏ ନେଇ କାହ୍ନା କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ଦେବା ପରେ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ସରକାର ସୁନ୍ଦରୀକୁ ସ୍ଥାନାନ୍ତର ନେଇ ଯୋଜନା କରିବେ। ଏ ବିଷୟରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟେ କହିଛନ୍ତି, ମଙ୍ଗଳବାର ସନ୍ଧ୍ୟାରେ ଏନ୍‌ଟିସିଏଙ୍କ ନିର୍ଦ୍ଦେଶକ୍ରମେ ମଧ୍ୟପ୍ରଦେଶ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ ଚିଠି ପାଇଛୁ। ଗୁରୁବାର ଏହାର ରିପୋର୍ଟ କାହ୍ନା ବ୍ୟାଘ୍ର ପ୍ରକଳ୍ପକୁ ଦିଆଯିବ। ଜାନୁୟାରୀ ଶେଷ ସପ୍ତାହରେ ଛତିଶଗଡ଼ ଓ ଓଡ଼ିଶାର ବନାଞ୍ଚଳ ଅଧିକାରୀମାନେ କାହ୍ନା ବ୍ୟାଘ୍ର ପ୍ରକଳ୍ପକୁ ଟ୍ରେନିଂ ପାଇଁ ଯିବେ। ସେଠାରେ ସୁନ୍ଦରୀ ବିଷୟରେ ଆଲୋଚନା କରାଯିବ ବୋଲି କରାଟେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri