ବନ୍ତଳା,୨୨ା୧(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ରାଇଗୁଡ଼ା ଏନ୍କ୍ଲୋଜରରୁ ବାଘୁଣୀ ସୁନ୍ଦରୀକୁ ନେବା ପାଇଁ ମଧ୍ୟପ୍ରଦେଶ କାହ୍ନା ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ମଧ୍ୟପ୍ରଦେଶ କାହ୍ନା ଜାତୀୟ ବ୍ୟାଘ୍ର ପ୍ରକଳ୍ପର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ ପକ୍ଷରୁ ଓଡ଼ିଶା ବନ୍ୟପ୍ରାଣୀ ପ୍ରଧାନ ମୁଖ୍ୟ ବନସଂରକ୍ଷକଙ୍କ ନିକଟକୁ ଚିଠି କରାଯାଇଛି। ଏହାପରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି। ବାଘୁଣୀ ସୁନ୍ଦରୀର ଇତିହାସ, ପ୍ରବୃତି, ସ୍ବାସ୍ଥ୍ୟ ଓ ଆଚରଣ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସାତକୋଶିଆ କର୍ତ୍ତୃପକ୍ଷ ଏ ନେଇ କାହ୍ନା କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ଦେବା ପରେ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ସରକାର ସୁନ୍ଦରୀକୁ ସ୍ଥାନାନ୍ତର ନେଇ ଯୋଜନା କରିବେ। ଏ ବିଷୟରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟେ କହିଛନ୍ତି, ମଙ୍ଗଳବାର ସନ୍ଧ୍ୟାରେ ଏନ୍ଟିସିଏଙ୍କ ନିର୍ଦ୍ଦେଶକ୍ରମେ ମଧ୍ୟପ୍ରଦେଶ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ ଚିଠି ପାଇଛୁ। ଗୁରୁବାର ଏହାର ରିପୋର୍ଟ କାହ୍ନା ବ୍ୟାଘ୍ର ପ୍ରକଳ୍ପକୁ ଦିଆଯିବ। ଜାନୁୟାରୀ ଶେଷ ସପ୍ତାହରେ ଛତିଶଗଡ଼ ଓ ଓଡ଼ିଶାର ବନାଞ୍ଚଳ ଅଧିକାରୀମାନେ କାହ୍ନା ବ୍ୟାଘ୍ର ପ୍ରକଳ୍ପକୁ ଟ୍ରେନିଂ ପାଇଁ ଯିବେ। ସେଠାରେ ସୁନ୍ଦରୀ ବିଷୟରେ ଆଲୋଚନା କରାଯିବ ବୋଲି କରାଟେ ପ୍ରକାଶ କରିଛନ୍ତି।
ସୁନ୍ଦରୀ ବିବରଣୀ ମାଗିଲେ କାହ୍ନା କର୍ତ୍ତୃପକ୍ଷ: ବନ୍ୟପ୍ରାଣୀ ମୁଖ୍ୟ ବନସଂରକ୍ଷକଙ୍କ ନିକଟକୁ ଚିଠି
Posted inଅନୁଗୋଳ, ଆମ ଜିଲା ଖବର View All
କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍
ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…
ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ
ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…
କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର
କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…
ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା
ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…
ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ
ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…
ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର
ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…
ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି
ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…
ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ ଶୁକ୍ରବାର ସନ୍ଧ୍ୟା ସମୟରେ ବର୍ଷା…
Archives

