ସୁପରଭାଇଜରଙ୍କ ମୃତ୍ୟୁକୁ ନେଇ କଣିହାଁ ଏନ୍‌ଟିପିସିରେ ଉତ୍ତେଜନା, ନିଯୁକ୍ତି ସହ କ୍ଷତିପୂରଣ ଦାବି

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା କଣିହାଁ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ପାଉଁଶ ପୋଖରୀରେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହର କିଛି ଅଂଶ ସହ ଚପଲ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ପରିଚୟ ମିଳିଛି। ମୃତକ ହେଲେ କଣିହାଁ ଥାନା କାକୁଡ଼ିଆ ଗ୍ରାମର ରୁଲୁ ସାହୁ(୩୮)। ସେ ଏକ ଠିକା ସଂସ୍ଥାରେ ସୁପରଭାଇଜର ଭାବେ କାମ କରୁଥିଲେ। ତେବେ ପୋଖରୀରେ କାମ ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି। ଖବର ପାଇ କଣିହାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡ଼ିବ ବୋଲି ପୋଲିସ କହିଛି। ମୃତକଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ସହ କ୍ଷତିପୂରଣ ନିମନ୍ତେ ଗ୍ରାମବାସୀ ଦାବି କରିଛନ୍ତି। ଖବର ଲେଖାଯିବା ବେଳକୁ ସେଠାରେ ପାଲଲହଡ଼ା ବିଧାୟକ ମୁକେଶ ପାଲ ପହଞ୍ଚଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri