ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର ଶିକାର ହେଉଛନ୍ତି। ଦେଶର ସହରାଞ୍ଚଳ ଅପେକ୍ଷା ଓ ଗ୍ରାମାଞ୍ଚଳରେ ଏହାର କୁପ୍ରଭାବ ଅଧିକ ପଡୁଥିବା ଦେଖିବାକୁ ମିଳୁଛି। ଏହି ବିପଦରୁ ମୁକୁଳିବା ବର୍ତ୍ତମାନ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ତେଣୁ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ହେଲେ ଏହା ମାନବ ସମାଜ ପାଇଁ ବିପଦ ନୁହେଁ, ସମ୍ପଦ ହେବ। ତେଣୁ ଏହାର ପୁନଃପ୍ରକ୍ରିୟାକରଣ କରାଯାଇ ଏଥିରୁ ରାଜସ୍ବ ସଂଗ୍ରହ ପାଇଁ ପଦକ୍ଷେପ ଗ୍ରହଣ କରାଯିବା ଦରକାର। ମଙ୍ଗଳବାର କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ସଂକ୍ରାନ୍ତରେ ୟୁନିସେଫ୍‌ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ମିଡିଆ ରାଉଣ୍ଡ୍‌ଟେବୁଲ ବୈଠକରେ ମତପ୍ରକାଶ ପାଇଛି।
ଏହି ବୈଠକରେ ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ଡ. ମୋନିକା ନୀଲ୍‌ସନ, ପଞ୍ଚାୟତ ଏବଂ ପାନୀୟ ଜଳ ବିଭାଗର ଯୁଗ୍ମ ସଚିବ ସୁବାସ ଚନ୍ଦ୍ର ଦାସ, ଗ୍ରାମୀଣ ଜଳଯୋଗାଣ ଓ ନିଷ୍କାସନ ବିଭାଗର ଭୁବନେଶ୍ୱର ସର୍କଲର ଅଧୀକ୍ଷକ ଯନ୍ତ୍ରୀ ଅଭୟ ବିଶ୍ୱାଳ, ମୁମ୍ବାଇର କଠିନ ବର୍ଜ୍ୟବସ୍ତୁ ବିଶେଷଜ୍ଞ ପ୍ରମୋଦ ଡବ୍ରାସେ, ୟୁନିସେଫ୍‌ ଓଡିଶାର ଓ୍ବାସ୍‌ ବିଶେଷଜ୍ଞ ସିପ୍ରା ସାକ୍‌ସେନାଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ କଠିନ ବର୍ଜ୍ୟବସ୍ତୁ ବିପଦ ଓ ଏହାର ସମାଧାନ ନେଇ ଆଲୋଚନା କରିଥିଲେ। ଡ. ନୀଲ୍‌ସନ କହିଲେ, ସମାଜରେ ଶିଶୁ ଓ ମହିଳାଙ୍କ ସ୍ବାସ୍ଥ୍ୟ ପୋଷଣ ଓ ଶିକ୍ଷାର ଉନ୍ନତି ଉପରେ ସବୁବେଳେ ଗୁରୁତ୍ୱ ଦିଆଯାଉଛି। ହେଲେ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ନ ହେବା ଯୋଗୁ ମୃତ୍ତିକା ଓ ଜଳବାୟୁ ଭୟଙ୍କର ଭାବେ ପ୍ରଦୂଷିତ ହେଉଛି। ଫଳରେ ଦେଶରେ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଉପୁଜୁଛି। ୟୁନିସେଫ୍‌ ପକ୍ଷରୁ ନିଆଯିବାକୁ ଥିବା ପଦକ୍ଷେପ ସଂକ୍ରାନ୍ତରେ ସୂଚନା ଦେଇ ନୀଲ୍‌ସନ କହିଲେ, ପ୍ରାଥମିକ ସ୍ତରରେ ଓଡିଶାର ପ୍ରତି ଜିଲାର ୩ଟି ଲେଖାଏ ପଞ୍ଚାୟତରେ ଲୋକମାନଙ୍କୁ ସଚେତନ କରାଯିବ। ସରପଞ୍ଚମାନେ ଲୋକମାନଙ୍କୁ ସଚେତନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ଗାଁ ଏବଂ ପଞ୍ଚାୟତସ୍ତରରେ କଠିନ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ଉପରେ ଗୁରୁତ୍ୱ ଦେବେ। ବ୍ୟବହାର ଉପଯୋଗୀ ନ ଥିବା ବର୍ଜ୍ୟବସ୍ତୁର ଏକତ୍ରୀକରଣ, ବିଭାଗୀକରଣ ଉପଚାର ତଥା ସୁରକ୍ଷିତ ରୂପେ ନିଷ୍କ୍ରିୟ କରାଯିବା ଉପରେ ଗୁରୁତ୍ୱ ଦିଆଯିବ। ସାକ୍‌ସେନା ଓ ଡବ୍ରାସେ କହିଲେ, ପ୍ରତିଦିନ ବାହାରୁଥିବା ଲକ୍ଷ ଲକ୍ଷ ମେଟ୍ରିକ ଟନ ବର୍ଜ୍ୟବସ୍ତୁର ସୁପରିଚାଳନା ଅଭାବରୁ ଆମର ବିକଶିତ ମାନବ ସଭ୍ୟତା ବେକାର ସାବ୍ୟସ୍ତ ହେବାରେ ଲାଗିଛି। ସମସ୍ୟାର ସମାଧାନ ପାଇଁ ସାମୂହିକ ଉଦ୍ୟମ ଲୋଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri