Posted inଖେଳ

ସୁପର୍‌ କପ୍‌ ଫାଇନାଲରେ ରିୟଲ ମାଡ୍ରିଡ

ଜେଡା, ୯।୧ (ଏଏଫ୍‌ପି)- ଜିନେଡିନ ଜିଡାନେଙ୍କ ରିୟଲ ମାଡ୍ରିଡ୍‌ ଦଳ ସ୍ପାନିଶ ସୁପର୍‌ କପ୍‌ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ ମୁକାବିଲାରେ ଏହି ସ୍ପାନିଶ କ୍ଲବ ୩-୧ ଗୋଲରେ ଭାଲେନିକାକୁ ହରାଇ ଦେଇଛି। ମ୍ୟାଚ୍‌ର ୧୫ତମ ମିନିଟ୍‌ରେ ଟୋନି କ୍ରୁଜ୍‌ କର୍ନର କିକ୍‌ରୁ ସିଧାସଳଖ ଚମତ୍କାର ଗୋଲସ୍କୋର କରି ରିୟଲ ମାଡ୍ରିଡ୍‌କୁ ୧-୦ ଗୋଲରେ ଅଗ୍ରଣୀ କରାଇଥିଲେ। ଏହାପରେ ଇସ୍‌କୋ ଓ କ୍ରୋଏସିଆ ଫୁଟ୍‌ବଲ ଷ୍ଟାର୍‌ ଲୁକା ମୋଡ୍ରିକ୍‌ ଯଥାକ୍ରମେ ୩୯ତମ ଓ ୬୫ତମ ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ଦେଇ ଦଳକୁ ୩-୦ରେ ଏକପାଖିଆ ଭାବେ ଅଗ୍ରଣୀ କରିଥିଲେ। ଅତିରିକ୍ତ ସମୟରେ ଭାଲେନିକାର ଡାନିଏଲ ପେରେଜ (୯୦+୨ତମ ମିନିଟ୍‌) ଗୋଟିଏ ଗୋଲ ଶୁଝାଇ ଦେଇଥିଲେ। ଅନ୍ୟ ଏକ ସେମିଫାଇନାଲରେ ବାର୍ସିଲୋନା ଓ ଆଟ୍‌ଲେଟିକୋ ମାଡ୍ରିଡ୍‌ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଫାଇନାଲରେ ରିୟଲ ମାଡ୍ରିଡ୍‌କୁ ଭେଟିବ। ଉଲ୍ଲେଖଯୋଗ୍ୟ, ଜିଡାନ ବର୍ତ୍ତମାନ ରିୟଲ ମାଡ୍ରିଡ୍‌ର ପ୍ରଶିକ୍ଷକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri