Posted inଖେଳ

ସୁପର ଓଭର ଶେଷ ବଲରେ ଛକା ମାରି ଆୟର୍ଲାଣ୍ଡକୁ ଜିତାଇଲେ ଓବ୍ରେନ

ଗ୍ରେଟର ନୋଏଡା,୧୧।୩- ସୁପର ଓଭରର ଅନ୍ତିମ ବଲରେ କେଭିନ ଓବ୍ରେନଙ୍କ ଛକା ଯୋଗୁ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଆୟର୍ଲାଣ୍ଡ ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି। ଘରୋଇ ଆଫଗାନିସ୍ତାନ ୩ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ୨-୧ ବ୍ୟବଧାନରେ ଜିତି ନେଇଛି। ଆଫଗାନିସ୍ତାନ ବିପକ୍ଷରେ କ୍ରମାଗତ ୧୨ ପରାଜୟ ପରେ ଦଳ ପ୍ରଥମ ବିଜୟ ସ୍ବାଦ ଚାଖିଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆୟର୍ଲାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୪୨ ରନ୍‌ କରିଥିଲା। ଦଳ ପାଇଁ ଗାରେଥ ଡେଲନି ୩୭, ହ୍ୟାରି ଟେକ୍ଟର ୩୧ ଓ କେଭିନ ଓବ୍ରେନ ୨୬ ରନ୍‌ କରିଥିଲେ। ଆଫଗାନିସ୍ତାନ ପକ୍ଷରୁ ନବୀନ ଉଲ ହକ ଓ କ୍ୱାଇସ ଅହମ୍ମଦ ୩ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ଆଫଗାନିସ୍ତାନ ଶେଷ ପର୍ଯ୍ୟନ୍ତ ଖେଳି ୭ ଉଇକେଟ କ୍ଷତିରେ ୧୪୨ ରନ୍‌ ହିଁ କରିପାରି ଥିଲା। ଓପନର ରେହମନୁଲା ଗୁର୍ବାଜ ୪୨ ଓ ଆସଗର ଆଫଗାନ ୩୨ ରନ୍‌ କରିଥିଲେ। ବୋଲିଂରେ ଗାରେଥ ଡେଲନି ଓ ସିମି ସିଂ ୨ ଲେଖାଏ ଉଇକେଟ ନେଇଥିଲେ। ଏହାପରେ ସୁପର ଓଭରରେ ଆଫଗାନିସ୍ତାନ ପକ୍ଷରୁ ମହମ୍ମଦ ନବି ଓ ଗୁର୍ବାଜଙ୍କ ଓପନିଂ ଯୋଡ଼ି ମାତ୍ର ୮ ରନ୍‌ କରିପାରିଥିଲେ। ଜବାବରେ ରଶିଦ ଖାଁ ପ୍ରଥମ ଦୁଇ ବଲରେ ୫ ରନ୍‌ ବ୍ୟୟ କରିବା ପରେ ଷ୍ଟ୍ରିଲିଂ ଏଲବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ୪ର୍ଥ ବଲକୁ ମିସ କରିଥିଲେ ଟେକ୍ଟର। ପଞ୍ଚମ ବଲରେ ଟେକ୍ଟର ଏକ ରନ୍‌ ନେଇ ଓବ୍ରେନଙ୍କୁ ଷ୍ଟ୍ରାଇକ୍‌ ଦେଇଥିଲେ। ଅନ୍ତିମ ବଲରେ ଦଳକୁ ୩ ରନ୍‌ ଦରକାର ଥିଲା। ଓବ୍ରେନ ଛକା ମାରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri