Posted inଖେଳ

ସୁପର ଶଟ୍‌ ଲିଗ୍‌ ୨୭ରୁ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି)- ଶୁଟରମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଶୁଟିଂ ସ୍ପୋଟର୍‌ସରେ ପ୍ରଥମଥର ପାଇଁ ଓଡ଼ିଶାରେ ଏକ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଗନ୍‌ ଫର ଗ୍ଲୋରି (ଜିଏଫଜି) ଶୁଟିଂ ଏକାଡେମୀ ଏବଂ ଓଡ଼ିଶା ରାଇଫଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଓଡ଼ିଶା ସୁପର ଶଟ୍‌ ଲିଗ୍‌ ଚଳିତ ମାସ ୨୭ରୁ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ଗନ୍‌ ଫର ଗ୍ଲୋରି ଶୁଟିଂ ଏକାଡେମୀରେ ଏହା ମେ ୨୬ ପର୍ଯ୍ୟନ୍ତ ଚାଲିବ। ଏହି ଲିଗ୍‌ରେ ଭାଗ ନେବାକୁ ଆଶାୟୀ ଥିବା ଓଡ଼ିଶା ଶୁଟରମାନଙ୍କୁ ନେଇ ହରିପ୍ରସାଦ ପଟ୍ଟନାୟକ, ଗୌରୀ ମହାନ୍ତି ଓ ରେନୁ ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ଚୟନ ପ୍ରକ୍ରିୟା ଜିଏଫଜିଠାରେ ଅନୁଷ୍ଠିତ ହୋଇଥିଲା। ପରେ ୪ଟି ଦଳ ଗଠନ କରାଯାଇଥିଲା। ଏହି ଦଳଗୁଡ଼ିକ ହେଲା ବ୍ଲାକ୍‌ ବୁଲ୍‌ ଚ୍ୟାଲେଞ୍ଜର୍ସ, ଗନ୍‌ ରାଇଡର୍ସ, ରାଇଜିଂ ବୁଲ୍ସଆଇ ଓ ଗୋଲ୍ଡେନ ଓ୍ବାରିୟର୍ସ। ପ୍ରତି ଦଳରେ ୬ ଜଣ ଲେଖାଏ ଶୁଟର ଅଛନ୍ତି ଏବଂ ଅଧିନାୟକଭାବେ ଯଥାକ୍ରମେ ଅର୍ଦ୍ଧେନ୍ଦୁ ପାଢ଼ୀ, ସ୍ମୃତି ସୌରଭ ବେହେରା, ହରସିନ କୌର ଓ ଦିଲୀପ କୁମାର ପାଢ଼ୀଙ୍କୁ ଚୟନ କରାଯାଇଛି। ପ୍ରତ୍ୟେକ ଦଳ ୪ଟି ଲେଖାଏ ମ୍ୟାଚ ଖେଳିବା ପରେ ଶ୍ରେଷ୍ଠ ୨ ଦଳ ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବ। ଲିଗ୍‌କୁ ଆଇଏସଏସଏଫ କୋଚ୍‌ ଆଶିଷ ନାୟକ ଏବଂ ଓଡ଼ିଶା କୋଚ୍‌ ପୁରୁଷୋତ୍ତମ ପାଙ୍ଗା ପରିଚାଳନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri