Advertisement
Posted inଖେଳ

ସୁପର-୧୨ରେ ଶ୍ରୀଲଙ୍କା, ନେଦରଲାଣ୍ଡ୍ସ

ଜିଲଙ୍ଗ(ଭିକ୍ଟୋରିଆ),୨୧ା୧୦(ପି.ଟି.): ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍‌ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ ଦୁଇଟି ଲେଖାଏ ବିଜୟ ସହିତ ସୁପର-୧୨ରେ ପ୍ରବେଶ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ନିଜ ଅନ୍ତିମ ମ୍ୟାଚରେ ନେଦରଲାଣ୍ଡ୍ସକୁ ୧୬ ରନରେ ପରାସ୍ତ କରିଥିଲା। ଅନ୍ୟ ପକ୍ଷରେ ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ନାମ୍ବିଆ ଏହାର ଅନ୍ତିମ ମ୍ୟାଚରେ ୟୁଏଇ ନିକଟରୁ ପରାଜିତ ହେବାରୁ ନେଦରଲାଣ୍ଡ୍ସ ଯୋଗ୍ୟତା ହାସଲ କରିଛି।
ଗୁରୁବାରର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା ୧୬ ରନରେ ନେଦରଲାଣ୍ଡ୍ସକୁ ହରାଇଥିଲା। ଉଇକେଟ କିପର କୁଶାଲ ମେଣ୍ଡିସ୍‌ଙ୍କ ଲଢୁଆ ୭୯ ରନ ସହିତ ୧୬୨ ରନ ସଂଗ୍ରହ କରିଥିଲା। ୪୪ ବଲର ଏହି ଇନିଂସରେ ୫ଟି ଲେଖାଏ ଛକା ଓ ଚୌକା ସାମିଲ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଚରିଥ୍‌ ଅସଲଙ୍କା ୩୧ ରନ କରିଥିଲେ। ତେବେ ଦୁଇ ସ୍ପିନର ଓ୍ବନିନ୍ଦୁ ହସରଙ୍ଗା ଓ ମହୀଷ ଥିକ୍‌ସାନା ୫ ଉଇକେଟ ଅକ୍ତିଆର କରିବାରୁ ନେଦରଲାଣ୍ଡ୍ସ ୧୪୬/୯ରେ ସୀମିତ ରହିଥିଲା। ଓପନର ମ୍ୟାକ୍ସ ଓଡଡ୍‌ ଅପରାଜିତ ୭୧ ରନ୍‌ କରିଥିଲେ ହେଁ ଏହା ବିଜୟ ପାଇଁ ଯଥେଷ୍ଟ ନ ଥିଲା। କୁଶାଲ ମେଣ୍ଡିସଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।
ଦ୍ୱିତୀୟ ମ୍ୟାଚଟି ୟୁଏଇ ଓ ନାମ୍ବିଆ ମଧ୍ୟରେ ଖେଳାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ୟୁଏଇ ୩ ଉଇକେଟରେ ୧୪୮ ରନ୍‌ କରିଥିବା ବେଳେ ନାମ୍ବିଆ ୮/୧୪୧ରେ ସୀମିତ ରହିଥିଲା। ୟୁଏଇ ପକ୍ଷରୁ ମହମ୍ମଦ ଓ୍ବାସିମ୍‌ ୫୦ ଓ ଚନ୍ଦନଗାପୋୟିଲ ରିଜଓ୍ବାନ ୪୩ ରନ୍‌ କରିଥିଲେ। ଜବାବରେ ଡେଭିଡ୍‌ ଓ୍ବିଜଙ୍କ ୫୫ ରନ୍‌ ସତ୍ତ୍ୱେ ନାମ୍ବିଆ ବିଜୟ ଲକ୍ଷ୍ୟରୁ ୭ ରନ୍‌ ଦୂରରେ ରହିଥିଲା। ମହମ୍ମଦ ଓ୍ବାସିମ୍‌ଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ନ୍ୟୁଜିଲ୍ୟାଣ୍ଡ; ରେକର୍ଡ ସପ୍ତମ ଥର ଲାଗି ଖେଳିବେ…

ନୂଆଦିଲ୍ଲୀ,୨୦।୯: ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ୧୫ ଜଣିଆ ଦଳ ଘୋଷଣା କରିଛି ନ୍ୟୁଜିଲ୍ୟାଣ୍ଡ। କେନ ୱିଲିୟମସନଙ୍କ ନେତୃତ୍ୱାଧିନ ଏହି ଟିମ୍‌ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମାର୍ଟିନ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ...

ଜାତୀୟ ଜୁନିୟର ଖୋଖୋ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୧୮।୧୦(କ୍ରୀଡ଼ା ପ୍ରତିନିଧି)- ଗୁଜରାଟର ସୁରଟଠାରେ ଜାତୀୟ ଜୁନିୟର ଖୋଖୋର ୩୯ତମ ସଂସ୍କରଣଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ମନୋନୀତ...

ଭାରତ ଡବ୍ଲ୍ୟୁଟିସି ଫାଇନାଲରେ ପ୍ରବେଶ କଲେ ବାତିଲ ହେବ ଏସିଆ କପ୍‌

କରାଚୀ,୨୮।୨ : ଆସନ୍ତା ୪ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୪ ମ୍ୟାଚ୍‌ ଟେଷ୍ଟ ସିରିଜ୍‌ର ଅନ୍ତିମ ମ୍ୟାଚ୍‌। ଏହି...

ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜ

ଲକ୍ଷ୍ନୌ,୨୪।୧: ଚଳିତ ବର୍ଷ ଆଇପିଏଲରେ ନୂଆ କରି ସାମିଲ ହେବାକୁ ଯାଉଥିବା ଲକ୍ଷ୍ନୌ ଫ୍ରାଞ୍ଚାଇଜ ସୋମବାର ଦଳର ନାମ ଘୋଷଣା କରିଛି। ଆଇପିଏଲରେ ଏହି ଦଳ...

ସ୍ପୋଟର୍‌ସ କ୍ଲାଇମ୍ବିଂ ପ୍ରତି ଯୁବପିଢ଼ିଙ୍କ ଆକର୍ଷଣ ବଢ଼ୁଛି

ଭୁବନେଶ୍ୱର, ୧୯ା୮(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସ୍ପୋଟର୍‌ସ କ୍ଲାଇମ୍ବିଂ ହାଇପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି)ରେ ଗତ ଜୁଲାଇ ୨୬ରୁ ଚାଲିଥିବା ଟ୍ରେନିଂ ପ୍ରତି ଯୁବପିଢ଼ି...

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମୁମ୍ବାଇ,୨୦।୪: ଓ୍ବେଷ୍ଟଇଣ୍ଡିର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କିରଣ ପୋଲାର୍ଡ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଇନ୍‌ଷ୍ଟାଗ୍ରାମ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ଟି-୨୦ କ୍ରିକେଟର୍‌...

କୋପା ଆମେରିକା: ଉରୁଗୁଏ ବିଦା

ସାଲ୍‌ଭାଡର(ବ୍ରାଜିଲ),୩୦।୬(ଏଏଫ୍‌ପି)- ପେରୁଠାରୁ ଶୁଟଆଉଟ୍‌(୫-୪) ଜରିଆରେ ପରାଜୟ ବରଣ କରି ଉରୁଗୁଏ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛି। ଧାର୍ଯ୍ୟ ସମୟ...

Advertisement
Archives

Model This Week