ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିକ୍ଷୋଭ

କେନ୍ଦ୍ରାପଡା ଅଫିସ, ୨୪।୨: ସରକାରୀ ଚାକିରି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏହା ରାଜ୍ୟ ସରକାରଙ୍କ ଇଚ୍ଛାଧୀନ ବିଷୟ। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗର ଲୋକଙ୍କୁ ଚାକିରି ଦେବାପାଇଁ ରାଜ୍ୟ ସରକାରଙ୍କୁ କୌଣସି ଅଦାଲତ ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଗତ ୯ ତାରିଖରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସ୍ପଷ୍ଟ କରିଛନ୍ତି। ଏହାକୁ ଅନୁସୂଚିତ ଜାତି ଓ ଜନଜାତି ସଂଗଠନ ପକ୍ଷରୁ ବିରୋଧ କରାଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂଗଠନ ପକ୍ଷରୁ ରବିବାର ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ରାପଡା ସହର ତିନିମୁହାଣି ଛକରେ ଏହି ବନ୍ଦ ଡାକରାକୁ ସମର୍ଥନ କରାଯାଇ ବିରୋଧ ପ୍ରଦର୍ଶନ ହୋଇଥିଲା। ଛକରେ କେନ୍ଦ୍ରାପଡ଼ା ଜିଲାର ଅନୁସୂଚିତ ଜାତି ଓ ଜନଜାତି ସେଲ୍‌ର କର୍ମୀମାନେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବିକ୍ଷୋଭ ଅପରାହ୍ନ ୧ଟାରେ ଶେଷ ହୋଇଥିଲା। ଏ ସମ୍ପର୍କରେ ଜିଲା ସଭାପତି ନଗେନ୍ଦ୍ର ଜେନା କହିଛନ୍ତି ଯେ, ସର୍ବୋଚ୍ଚ ନ୍ୟାୟାଳୟ ହେଉଛନ୍ତି ସମ୍ବିଧାନର ରକ୍ଷକ। ସମ୍ବିଧାନର ଉପଯୁକ୍ତ ବ୍ୟାଖ୍ୟା ଓ ପ୍ରୟୋଗ କରିବା ନ୍ୟାୟପାଳିକାଙ୍କ ଦାୟିତ୍ୱ। ସମ୍ବିଧାନର ଧାରା ୧୨ରୁ ଧାରା ୩୫ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ମୌଳିକ ଅଧିକାରକୁ ଦର୍ଶାଇଥାଏ। ତେବେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ସର୍ବସାଧାରଣଙ୍କ ନ୍ୟାୟ ଓ ସମତା କ୍ଷେତ୍ରରେ ବିଚ୍ୟୁତି ଆଣିବ। ଏହାଦ୍ୱାରା ଓଡ଼ିଶାର ପ୍ରାୟ ୨ କୋଟି ଓ ଦେଶର ୩୫ କୋଟି ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିଙ୍କର ଅଧିକାର କ୍ଷୁଣ୍ଣ ହେବ। ଏହାକୁ କେନ୍ଦ୍ର ସରକାର ପୁନର୍ବିଚାର ପାଇଁ ସର୍ବୋଚ୍ଚ ନ୍ୟାୟାଳୟରେ ଯାଚିକା ଦାଖଲ କରିବା ଆବଶ୍ୟକତା ଅଛି। ସେହିପରି ସଂରକ୍ଷଣ ଆଇନକୁ ସମ୍ବିଧାନର ନବମ ଅନୁଚ୍ଛେଦରେ ସ୍ଥାନିତ କରିବାକୁ ସଂଗଠନ ପକ୍ଷରୁ ଦାବି ହୋଇଥିବା ସେ ପ୍ରକାଶ କରିଛନ୍ତି। ବିକ୍ଷୋଭରେ ଦଳିତ ନେତ୍ରୀ ପ୍ରମିଳା ସେଠୀ, ଦିଲୀପ ନାୟକ, କିଶୋର ମଲ୍ଲିକ, ପପୁ ନାୟକ, ସହଦେବ ସେଠୀ ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri