Posted inଜାତୀୟ

ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା

ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ବଂଶଧାରା ନଦୀରେ ନେରାଡ଼ି ବ୍ୟାରେଜ୍‌ ନିର୍ମାଣ ଲାଗି ଟ୍ରିବ୍ୟୁନାଲ ୨୦୨୧ ଜୁନ୍‌ରେ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ଅନୁମତି ଦେଇଥିଲେ। ବ୍ୟାରେଜ ଡାହାଣ ପାର୍ଶ୍ୱରେ ୮,୦୦୦ କ୍ୟୁସେକ୍‌ କ୍ଷମତା ବିଶିଷ୍ଟ ସ୍ଲୁଇସ୍‌ ରହିବ ଯାହା ଆନ୍ଧ୍ରକୁ ଆବଶ୍ୟକ ବେଳେ ପାଣି ଯୋଗାଇବ। ସେହିପରି ବାମପାର୍ଶ୍ୱରେ ଥିବା ହେଡ୍‌ ସ୍ଲୁଇସ୍‌ (ଏଲ୍‌ଏଚ୍‌ଏସ୍‌) ଓଡ଼ିଶାର ଜଳ ଆବଶ୍ୟକତା ପୂରଣ କରିବ। ଉକ୍ତ ସ୍ଲୁଇସ୍‌ ନିର୍ମାଣ ବାବଦ ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ। ଯେଉଁବର୍ଷ ଜଳ ପରିମାଣ କମ୍‌ ରହିବ, ସେହି ଅନୁପାତରେ ଜଳବଣ୍ଟନ କମ୍‌ କରାଯିବ ବୋଲି ଟ୍ରିବ୍ୟୁନାଲ କହିଥିଲେ। ଓଡ଼ିଶା ପକ୍ଷରୁ ଏହାକୁ ଚ୍ୟାଲେଞ୍ଜ କରାଯାଇଥିଲା। ଗତବର୍ଷ ସେପ୍ଟେମ୍ବରରେ ସର୍ବୋଚ୍ଚ ଅଦାଲତ ଉଭୟ ରାଜ୍ୟକୁ ସମସ୍ତ ଆନୁଷଙ୍ଗିକ ଡକୁମେଣ୍ଟାରୀ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶରେ ନେରାଡ଼ି ବ୍ୟାରେଜର ମିଳିତ ସର୍ଭେକୁ ବିରୋଧ କରି ୨୦୧୮ ଏବଂ ୨୦୧୯ରେ ଓଡ଼ିଶା ପକ୍ଷରୁ ସୁପ୍ରିମକୋର୍ଟରେ ଦୁଇଟି ପିଟିଶନ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri