Posted inଜାତୀୟ

ସୁପ୍ରିମକୋର୍ଟ ଗଲେ ନିର୍ଭୟା ମାମଲାର ଦୋଷୀ ମୁକେଶ

ନୂଆଦିଲ୍ଲୀ,୨୫।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂ ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ତାଙ୍କର କ୍ଷମା ଆବେଦନ ଖାରଜ ହେବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ମୁକେଶଙ୍କ ଓକିଲ ବ୍ରିନ୍ଦା ଗ୍ରୋଭର ଶନିବାର ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ପବନ, ବିନୟ ଓ ଅକ୍ଷୟଙ୍କ ଓକିଲ ଏପି ସିଂ ଏମାନଙ୍କ କ୍ୟୁରେଟିଭ ପିଟିଶନ ଓ କ୍ଷମା ଆବେଦନକୁ ନେଇ ତିହାର ଜେଲ ପ୍ରଶାସନ ଉପରେ ଯେଉଁ ଅଭିଯୋଗ ଆଣିଥିଲେ ତା’ର ସମାଧାନ ହୋଇସାରିଛି। ଶନିବାର ଜେଲ ପ୍ରଶାସନ ପକ୍ଷରୁ ତାଙ୍କୁ ଆବଶ୍ୟକ କାଗଜପତ୍ର ହସ୍ତାନ୍ତର କରାଯାଇଛି। ଆସନ୍ତା ଫେବୃୟାରୀ ୧ରେ ଏମାନଙ୍କୁ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଏମାନେ ଜଣଙ୍କ ପରେ ଜଣେ ବିଭିନ୍ନ ଆବେଦନକୁ ନେଇ କୋର୍ଟଙ୍କ ଦ୍ୱାରସ୍ଥ ହେଉଥିବାରୁ ଫାଶୀ ଦେବାର ତାରିଖ ପୁଣି ଘୁଞ୍ଚି ଯାଇପାରେ ବୋଲି ମଧ୍ୟ ଆଲୋଚନା ହେଉଛି। ସୂଚନାଯୋଗ୍ୟ, ୨୦୧୨ରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ଲୋମହର୍ଷଣକାରୀ ନିର୍ଭୟା ଗଣବଳାତ୍କାର ମାମଲାରେ କୋର୍ଟ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିବା ବେଳେ ଗତ ୨୨ ତାରିଖରେ ଏମାନଙ୍କୁ ଫାଶୀ ଦେବାର ଥିଲା। ହେଲେ ନ୍ୟାୟିକ ବ୍ୟବସ୍ଥା କାରଣରୁ ଏହା ଫେବୃୟାରୀ ୧କୁ ଘୁଞ୍ଚିଯାଇଛି। ଏଥିପାଇଁ ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ହେଲେ ଏହା ଯେମିତି ପୁଣିଥରେ ଘୁଞ୍ଚିଯାଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri