ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର

କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ ସୁପ୍ରିମ୍‌କୋର୍ଟ କ୍ଷୁବ୍ଧ ହେବା ସହ ବାର କାଉନସିଲ ଅଫ୍‌ ଇଣ୍ଡିଆ(ବିସିଆଇ)ର ସହଯୋଗ ଲୋଡ଼ିଥିଲେ। ବିସିଆଇ ଆନ୍ଦୋଳନରତ ଆଇନଜୀବୀଙ୍କୁ ଚରମବାଣୀ ଶୁଣାଇଛନ୍ତି। ତୁରନ୍ତ ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ଆଇନଜୀବୀମାନଙ୍କୁ ବିସିଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏ ସମ୍ପର୍କିତ ଏକ ପତ୍ର ବିସିଆଇ ପକ୍ଷରୁ ହାଇକୋର୍ଟ ବାର ଏବଂ ୬୮ ବାର ଆସୋସିଏଶନକୁ ଦିଆଯାଇଛି। ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଆଇନଜୀବୀଙ୍କୁ ନିଲମ୍ବନ କରାଯିବା ସହ ବାର ନିର୍ବାଚନ ପାଇଁ ଅଯୋଗ୍ୟ ଘୋଷଣା କରାଯିବ। ଆନ୍ଦୋଳନରୁ ଓହରିବା ନେଇ ବିସିଆଇକୁ ଆସନ୍ତା ୩ତାରିଖ ମଧ୍ୟରେ ଅବଗତ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଅଦାଲତରେ ପଡ଼ି ରହିଥିବା ମାମଲା ପରିଚାଳନା ସମ୍ଭବ ହୋଇପାରୁନାହିଁ। ସୁପ୍ରିମକୋର୍ଟରେ ରୁଜୁ ଏକ ମାମଲାର ଶୁଣାଣି ବେଳେ ଏହି ଆନ୍ଦୋଳନ ପ୍ରସଙ୍ଗ ଉତ୍ଥାପନ ହୋଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟ କଠୋର ଅଭିମୁଖ୍ୟ ଗ୍ରହଣ କରିଥିଲେ। ଗତ ୨୪ତାରିଖରେ ହୋଇଥିବା ଶୁଣାଣିରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି, ଓଡ଼ିଶା ବାର୍‌ କାଉନସିଲ୍‌ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ହେବାକୁ ସୁପ୍ରିମ୍‌କୋର୍ଟ ନୋଟିସ ଜାରି କରିଥିଲେ। ସେହିପରି ଆସନ୍ତା ନଭେମ୍ବର ୮ରେ ହେବାକୁ ଥିବା ଶୁଣାଣିରେ ବିସିଆଇ ଅଧ୍ୟକ୍ଷଙ୍କୁ ଉପସ୍ଥିତ ରହି ମାମଲା ପରିଚାଳନାରେ ସହଯୋଗ କରିବାକୁ କହିଥିଲେ। ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଓଡ଼ିଶାର ବିଭିନ୍ନ ଅଦାଲତରେ ଅନେକ କାର୍ଯ୍ୟଦିବସ ବରବାଦ ହୋଇଥିବାରୁ ସେମାନଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ହେବ ସେ ସମ୍ପର୍କରେ ମତ ରଖିବାକୁ ମଧ୍ୟ ସୁପ୍ରିମ୍‌କୋର୍ଟ କହିଥିଲେ। ସୁପ୍ରିମ୍‌କୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ବିସିଆଇର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଡକାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି। କୌଣସି ଅଯୌକ୍ତିକ କାରଣ ପାଇଁ ଅଦାଲତଙ୍କୁ ସହଯୋଗ ନ କରିବା ବରଦାସ୍ତଯୋଗ୍ୟ ନୁହେଁ। ଏଥିଯୋଗୁ ଜନସାଧାରଣ ନ୍ୟାୟ ପାଇବାରୁ ବଞ୍ଚିତ ହେଉଥିବାବେଳେ ଏହାକୁ ବିଶୃଙ୍ଖଳିତ ଆଚରଣ ବୋଲି ବିବେଚନା କରାଯିବ ବୋଲି ବିସିଆଇ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି କହିଛନ୍ତି ଯେ, ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଚିଠି ହସ୍ତଗତ ହୋଇଛି, ଆସନ୍ତା ୧ତାରିଖରେ ଆସୋସିଏଶନର ସାଧାରଣ ପରିଷଦ ବୈଠକ ହେବାକୁ ଅଛି ଓ ଏହି ବୈଠକରେ ସମସ୍ତ ବିଷୟକୁ ତର୍ଜମା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri