Posted inଜାତୀୟ

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଇଜି ପାହ୍ୟାର ଜଣେ ଅଧିକାରୀ ଏହାର ନେତୃତ୍ୱ ନେବାକୁ ନିର୍ଦ୍ଦେଶ ରହିଛି।
ରାଜସ୍ଥାନରୁ ଛାତ୍ରୀ ଉଦ୍ଧାର ହେବା ପରେ ତାଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟରେ ହାଜର କରାଯାଇଥିଲା। ପୋଲିସ ହେପାଜତରେ ତାଙ୍କୁ ଦିଲ୍ଲୀରେ ରହିବା ଲାଗି ଅନୁମତି ଦିଆଯିବା ସହ ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ ଯୋଗାଇ ଦିଆଯାଇଥିଲା। ସୋମବାର ବିଚାରପତି ଜଷ୍ଟିସ ଆର୍‌ ବାନୁମତୀ ଓ ଜଷ୍ଟିସ ଏ. ଏସ୍‌. ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଲ୍ଲାହାବାଦ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଏକ ଖଣ୍ଡପୀଠ ଗଠନ କରି ତଦନ୍ତର ତଦାରଖ କରିବା ଲାଗି ଅନୁରୋଧ କରିଛନ୍ତି। ଏସ୍‌ଆଇଟି ଛାତ୍ରୀଙ୍କ ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶଥାଉ କି, ଶାହ୍‌ଜାହାନ୍‌ପୁର ପୋଲିସ ନିକଟରେ ଗତ ଅଗଷ୍ଟ ୨୭ରେ ଛାତ୍ରୀ ନିଖୋଜ ଅଭିଯୋଗ ଅଣାଯାଇ ଚିନ୍ମୟାନନ୍ଦଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଛାତ୍ରୀଙ୍କ ବାପା ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?