ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ

ଜଳେଶ୍ୱର/ଭୋଗରାଇ, ୧୯ା୮(ଡିଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ନଦୀ ନାଳ ଉଛୁଳିବା ଆରମ୍ଭ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖାରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ଅନୁରୂପ ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି ପାଇଛି। ରବିବାର ମଧ୍ୟାହ୍ନରେ ଜଳକା କୂଳ ଲଙ୍ଘିଥିବା ସୂଚନା ମିଳିଛି। ଉତ୍ତର ବାଲେଶ୍ୱରରେ ଶନିବାର ରାତିଠାରୁ ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବା ବେଳେ ରବିବାର ସନ୍ଧ୍ୟାରୁ ବର୍ଷା ପରିମାଣ କମିଛି। ଏହାସତ୍ତ୍ୱେ ପ୍ରଶାସନ ସୁବର୍ଣ୍ଣରେଖା ବନ୍ୟାଜଳ ସ୍ଥିତି ଉପରେ କଡା ନଜର ରଖିଛି।
ଜିଲା ଜରୁରୀକାଳୀନ ଦପ୍ତରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଜଳେଶ୍ୱରରେ ସର୍ବାଧିକ ୧୬୧ ମି.ମି. ବର୍ଷା ହୋଇଥିବା ବେଳେ ଭୋଗରାଇରେ ୧୩୦, ବସ୍ତାରେ ୬୭, ବାଲିଆପାଳରେ ୫୨ମି.ମି. ବର୍ଷା ହୋଇଛି। ଜିଲାରେ ମୋଟ ବର୍ଷାର ପରିମାଣ ୬୧୨ମି.ମି. ବୋଲି ରେକର୍ଡ କରାଯାଇଛି। ଲଗାଣ ବର୍ଷା କାରଣରୁ ଜୀବନଯାତ୍ରା ପ୍ରଭାବିତ ହୋଇଛି। ସୁବର୍ଣ୍ଣରେଖାର ଉପରମୁଣ୍ଡରେ ଅଧିକ ବର୍ଷା ହୋଇଥିବା ସୂଚନା ମିଳିଛି। ଜାମସେଦପୁରରେ ୧୧୯, ରାଜଘାଟରେ ୧୧୩.୪, ଜାମଶୁଳାରେ ୯୮.୮, ଘାଟଶିଳାରେ ୯୧.୪ ଓ ଫେକୋଘାଟରେ ୮୩.୦ମି.ମି. ବର୍ଷା ହୋଇଥିବା ସେଚ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସୁବର୍ଣ୍ଣରେଖାର ରାଜଘାଟଠାରେ ଜଳପତ୍ତନ ବୃଦ୍ଧି ପାଇ ୫.୮ ମିଟରରେ ପହଞ୍ଚିଛି। ସେଠାରେ ସତର୍କ ସଙ୍କେତ ୯.୪୫ମିଟର ଥିବା ବେଳେ ବିପଦ ସଙ୍କେତ ୧୦.୩୬ମିଟର ରହିଛି। ଜଳସ୍ତର କ୍ରମଶଃ ବୃଦ୍ଧି ପାଉଥିବାରୁ ପ୍ରଶାସନ ଓ ସେଚବିଭାଗ ଏଥିପ୍ରତି ସଜାଗ ଦୃଷ୍ଟି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri